ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଉପରମୁହାଁ ପାରଦ

ଭୁବନେଶ୍ୱର – ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଉପର ମୁହାଁ ରହିଛି । ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ଉପରେ ରହିଛି ତାପମାତ୍ରା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ ଆଦି ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଉପକୂଳ ଓଡିଶାର ଖୋର୍ଦ୍ଧା, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ମଧ୍ୟ ତାତି [...]

Admin•ମାର୍ଚ୍ଚ 4, 2024
Share Article:

ଭୁବନେଶ୍ୱର – ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଉପର ମୁହାଁ ରହିଛି । ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ଉପରେ ରହିଛି ତାପମାତ୍ରା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ ଆଦି ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଉପକୂଳ ଓଡିଶାର ଖୋର୍ଦ୍ଧା, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ମଧ୍ୟ ତାତି ବଢ଼ିଛି । ଆଗକୁ ତାତି ଆହୁରି ବଢିବ ହେବ ବୋଲି ସତର୍କତା ଜାରି କରାଯାଇଛି ।

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପଶ୍ଚିମା ଝଡର ସକ୍ରିୟତା ପାଇଁ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆଜି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, ଦେବଗଡ, ଅନୁଗୁଳ ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଆସନ୍ତାକାଲି ପଶ୍ଚିମା ଝଡ ପ୍ରଭାବରେ ମଧ୍ଯ କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହୋଇପାରେ । ଗତକାଲି ରାଜ୍ଯରେ ୧୩ ସହରର ତାପମାତ୍ରା ୩୫ ଡିଗ୍ରୀ ବା ତାଠୁ ଅଧିକ ରହିଥିଲା ।

#Odia#Odisha#News
Share Article:

Related Articles