ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ବିଏସକେଓ୍ବାଇ ଯୋଜନାର ଆଜିଠୁ ତୃତୀୟ ପର୍ଯ୍ୟାୟ : ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଆଉ ଏକ ପର୍ଯ୍ୟାୟ ସଂପ୍ରସାରଣ ଅନ୍ତର୍ଗତ ଆଜି ନବୀନ କାର୍ଡର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏସକେଓ୍ବାଇ ନବୀନ କାର୍ଡର ଆଜି ଶୁଭାରମ୍ଭ କରିବେ। ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ନବୀନ କାର୍ଡ ପ୍ରଦାନ ସହ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯିବ । ବିଏସକେଓ୍ବାଇ ନବୀନ କାର୍ଡ ଯୋଜନା ପର୍ଯ୍ୟାୟକ୍ରମେ ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା [...]

Admin•ମାର୍ଚ୍ଚ 6, 2024
Share Article:

ଭୁବନେଶ୍ୱର – ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଆଉ ଏକ ପର୍ଯ୍ୟାୟ ସଂପ୍ରସାରଣ ଅନ୍ତର୍ଗତ ଆଜି ନବୀନ କାର୍ଡର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏସକେଓ୍ବାଇ ନବୀନ କାର୍ଡର ଆଜି ଶୁଭାରମ୍ଭ କରିବେ। ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ନବୀନ କାର୍ଡ ପ୍ରଦାନ ସହ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯିବ । ବିଏସକେଓ୍ବାଇ ନବୀନ କାର୍ଡ ଯୋଜନା ପର୍ଯ୍ୟାୟକ୍ରମେ ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡ଼ିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କୁ ଛାଡିଦେଲେ ଗାଁ ଗହଳିରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେଓ୍ବାଇ ନବୀନ କାର୍ଡ ପାଇବେ। ଏହି କାର୍ଡ ଦ୍ବାରା ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ ହିତାଧିକାରୀ ।ବିଏସକେଓ୍ବାଇ ନବୀନ କାର୍ଡରେ ପ୍ରତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି । ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀଙ୍କୁ ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯାଇଥିଲା ।

#Odia#Odisha#News
Share Article:

Related Articles