ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍ . ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଭାସୀ ବୈଠକରେ ଅନ୍ୟତମ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଏବଂ ମିହିର ମହାନ୍ତି ବିଭିନ୍ନ ଜିଲ୍ଲାରେ ଆଗାମୀ ନିର୍ବାଚନ ପ୍ରସ୍ତୁତି ବାବଦରେ ସମୀକ୍ଷା କରିଥିଲେ । ପୁରୀ , ଗଜପତି [...]
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍ . ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଭାସୀ ବୈଠକରେ ଅନ୍ୟତମ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଏବଂ ମିହିର ମହାନ୍ତି ବିଭିନ୍ନ ଜିଲ୍ଲାରେ ଆଗାମୀ ନିର୍ବାଚନ ପ୍ରସ୍ତୁତି ବାବଦରେ ସମୀକ୍ଷା କରିଥିଲେ । ପୁରୀ , ଗଜପତି , ଝାରସୁଗୁଡ଼ା , ମୟୂରଭଞ୍ଜ ଆଦି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀମାନେ ଅଭାସୀ ମାଧ୍ୟମରେ ନିଜ ନିଜ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ସବିଶେଷ ତଥ୍ୟ ରଖିଥିଲେ । ଏହି ବୈଠକରେ ମୁଖ୍ୟତଃ ଜିଲ୍ଲାସ୍ତରରେ ଟ୍ରେନିଂ , ପୋଷ୍ଟାଲ ବାଲାଟର ପରିଚାଳନା ଆଦି ବିଷୟରେ ଆଲୋଚନା ହୋଇଥିଲା । ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସରମାନେ ଯେପରି ଇଭିଏମ୍ ସମ୍ବନ୍ଧୀୟ ସମସ୍ତ ଟ୍ରେନିଂ ପାଇପାରିବେ ସେ ବିଷୟରେ ଆଲୋଚନା ହୋଇଥିଲା । ଟ୍ରେନିଂ ପରେ ସମସ୍ତଙ୍କ ସନ୍ଦେହ ମୋଚନ ନିମନ୍ତେ ମଧ୍ଯ ବ୍ୟବସ୍ଥା କରାଯିବ । ପରେ ସେମାନେ ଏକ ସ୍ଵତନ୍ତ୍ର ପରୀକ୍ଷା ଦେବେ । ଏହା ଦ୍ଵାରା ନିର୍ବାଚନ ପରିଚାଳନା ସମ୍ବନ୍ଧରେ ସେମାନେ ସବିଶେଷ ଜ୍ଞାନ ପାଇପାରିବେ ଓ ଉଚିତ ଭାବେ ଦାୟିତ୍ଵ ନିର୍ବାହ କରିପାରିବେ । ବିଭିନ୍ନ ଜିଲ୍ଲା ପକ୍ଷରୁ ଏହି ସମସ୍ତ ବିଷୟ ଉପରେ ଅଧିକାରୀମାନେ ତଥ୍ୟ ରଖିଥିଲେ । ଆଗାମୀ ସାଧାରଣ ନିର୍ବାଚନକୁ ମୁକ୍ତ ଓ ଅବାଧ କରିବା ନିମନ୍ତେ ଜିଲ୍ଲାସ୍ତରରୁ ନିର୍ବାଚନର ସୁପରିଚାଳନା ଏବଂ ପ୍ରତିଟି ବୁଥରେ ଯେପରି ଭୋଟରମାନେ ଉପଯୁକ୍ତ ଭାବେ ମତଦାନ କରିପାରିବେ ସେ ଉପରେ ଧ୍ୟାନ କେନ୍ଦ୍ରିତ କରି ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଲଗାତାର ଭାବେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି ।
Women’s Day: Quitting her banker’s job, she took up goat farming; receives accolades from PM Modi, others
Next Articleମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
