ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟିର ଆଜି ପ୍ରଥମ ବୈଠକ
ଭୁବନେଶ୍ୱର – ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କରିଥିବା କମିଟିର ପ୍ରଥମ ବୈଠକ ଆଜି ପୁରୀରେ ବସିବ । କମିଟିର ମୁଖ୍ୟ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଜଷ୍ଟିସ ପଶାୟତ ୧୨ ଜଣିଆ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ ଅଛନ୍ତି। କମିଟିର ଅନ୍ୟ ସଦସ୍ୟମାନେ ହେଲେ ଆଲାହାବାଦ୍ ବ୍ୟାଙ୍କର [...]
ଭୁବନେଶ୍ୱର – ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କରିଥିବା କମିଟିର ପ୍ରଥମ ବୈଠକ ଆଜି ପୁରୀରେ ବସିବ । କମିଟିର ମୁଖ୍ୟ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଜଷ୍ଟିସ ପଶାୟତ ୧୨ ଜଣିଆ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ ଅଛନ୍ତି।
କମିଟିର ଅନ୍ୟ ସଦସ୍ୟମାନେ ହେଲେ ଆଲାହାବାଦ୍ ବ୍ୟାଙ୍କର ପୂର୍ବତନ ସିଏମ୍ଡି ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି, ସେବକ ପ୍ରତିନିଧି ଦୁର୍ଗାପ୍ରସାଦ ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର ଓ ଜଗନ୍ନାଥ କର, ଭଣ୍ଡାର ମେକାପ ସେବକ ଗଣେଶ ମେକାପ । ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ସଦସ୍ୟ ଆବାହକ ଭାବେ କାର୍ଯ୍ୟ କରିବେ।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ କେତେ ସୁନା, ରୁପା ଆଦି ମୂଲ୍ୟବାନ ରତ୍ନ ଗଚ୍ଛିତ ରହିଛି ତାହାର ତାଲିକା ପ୍ରସ୍ତୁତ ହେବ। ଓଡ଼ିଶା ହାଇକୋର୍ଟଙ୍କ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଥିଲେ ।
ବଡ଼ ଦେଉଳରେ ପୁଣି ଖସିଲା ପଥର
Next ArticleCM Naveen to Inaugurate World Class Indoor Athletic Stadium and Aquatic Center at Kalinga Stadium Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
