ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି, ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ଲାଗୁ
ଭୁବନେଶ୍ବର – ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି [...]
ଭୁବନେଶ୍ବର – ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ ।
ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି ।
ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା ଏମବିକେ, ସିଆରପି – ସିଏମ୍, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।
• ଏମବିକେ, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକାମାନେ ମାସିକ ୬ ହଜାର ୭୫୦ ଟଙ୍କାରୁ ୧୦ ହଜାର ୭୫୦ ଟଙ୍କା ପାଇବେ ।
• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।
• ସିଆରପି – ସିଏମ ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
Odisha: Dist Nodal Officers Urged to Keep Close Watch on Election Expenditure by Candidates
Next Articleଏନଡିଏକୁ ୬ ବର୍ଷ ପରେ ଫେରିବ ଟିଡିପି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
