ଜାମୁଝରୀରେ ସବୁଜ ବଳୟ ଆଦର୍ଶ କାରାଗାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଜାମୁଝରୀରେ ଏକ ସବୁଜ ବଳୟ ଆଦର୍ଶ କାରାଗାର ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ନିର୍ମାଣ ହେଲେ ଜାମୁଝରୀ ହେବ ରାଜ୍ୟର ସବୁଠାରୁ ବଡ ଓ ପ୍ରଥମ ସବୁଜ ବଳୟ ଆଦର୍ଶ କାରାଗାର । ଜେଲଟି ସଂପୂର୍ଣ୍ଣ ଆଶ୍ରମ ଢାଞ୍ଚାରେ ନିର୍ମାଣ କରାଯିବ । ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଉନ୍ନତ ଭିତ୍ତିଭୂମି ନିର୍ମାଣ କରିବା ପାଇଁ ଅନେକ ରିସର୍ଚ୍ଚ ଓ ଡିଜାଇନ୍ ପ୍ରସ୍ତୁତ କରାଯାଇଥିଲା [...]
ଭୁବନେଶ୍ବର – ଜାମୁଝରୀରେ ଏକ ସବୁଜ ବଳୟ ଆଦର୍ଶ କାରାଗାର ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ନିର୍ମାଣ ହେଲେ ଜାମୁଝରୀ ହେବ ରାଜ୍ୟର ସବୁଠାରୁ ବଡ ଓ ପ୍ରଥମ ସବୁଜ ବଳୟ ଆଦର୍ଶ କାରାଗାର । ଜେଲଟି ସଂପୂର୍ଣ୍ଣ ଆଶ୍ରମ ଢାଞ୍ଚାରେ ନିର୍ମାଣ କରାଯିବ । ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଉନ୍ନତ ଭିତ୍ତିଭୂମି ନିର୍ମାଣ କରିବା ପାଇଁ ଅନେକ ରିସର୍ଚ୍ଚ ଓ ଡିଜାଇନ୍ ପ୍ରସ୍ତୁତ କରାଯାଇଥିଲା । ଏଥିପାଇଁ ଏକ ସ୍ବତନ୍ତ୍ର ଟିମ୍ ବେଙ୍ଗାଲୁରୁ, ହାଇଦ୍ରାବାଦ୍, ଗୁରଗାଓଁ, ରୋହତକ, ପାନିପଥ, ଅମୃତସର, ଦିଲ୍ଲୀର ତିହାର ଓ ମଡେଲ ଜେଲ୍ ଏବଂ ହରିଆନାର ନୁହ୍ ଜେଲ ପରିଦର୍ଶନ ପରେ ଜମୁଝରୀ ସବୁଜ ବଳୟ ମଡେଲ କାରାଗାରର ଡିଜାଇନ୍ ପ୍ରସ୍ତୁତ କରିଛନ୍ତି । ୫-ଟି ଉପକ୍ରମରେ ନିର୍ମାଣ କରାଯିବ ଏହି କାରାଗାର । ଏହି ମଡେଲ ଜେଲରେ ପ୍ରଥମ ପର୍ଯ୍ୟାୟରେ ୨ ହଜାର ୫ଶହ କଏଦୀ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୨ ହଜାର ୫ଶହ କଏଦୀ ରହିବାର କ୍ଷମତା ରହିବ ।
ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ଯକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା, ଜେଲ ଡିଜି ଅମ୍ରିତ ପ୍ରସାଦ, ଜେଲ ଏଡିଜି ଅମିତାଭ ଠାକୁର, ଜଟଣୀ ବିଧାୟକ ସୁର ରାଉତରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।
ବ୍ରହ୍ମପୁରରେ କେନ୍ଦ୍ରୀୟ ସୁରକ୍ଷା ବଳ ସହ ପୋଲିସ ଫ୍ଲାଗ ମାର୍ଚ୍ଚ
Next ArticleCM Naveen Lays Foundation for Model Jail at Jamujhari near Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
