ସ୍ୱାଭିମାନ ଅଞ୍ଚଳରେ ଶିକ୍ଷାର ନୂତନ ଆଲୋକବର୍ତ୍ତିକା : ବଡପଡାରେ ନୂତନ ଶିକ୍ଷା ସୌଧ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର – ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍ଘାଟନ କରିଛନ୍ତି। ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ (ଦ୍ୱାଦଶ ଶ୍ରେଣୀ) ପର୍ଯ୍ୟନ୍ତ ପିଲାମାନେ ଗୋଟିଏ ସ୍ଥାନରେ ଶିକ୍ଷା ଲାଭ କରିପାରିବେ। ୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା [...]
ଭୁବନେଶ୍ଵର – ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍ଘାଟନ କରିଛନ୍ତି। ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ (ଦ୍ୱାଦଶ ଶ୍ରେଣୀ) ପର୍ଯ୍ୟନ୍ତ ପିଲାମାନେ ଗୋଟିଏ ସ୍ଥାନରେ ଶିକ୍ଷା ଲାଭ କରିପାରିବେ। ୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରେ ୧,୦୦୦ ରୁ ଅଧିକ ପିଲା ପାଠ ପଢିବେ। ଭବିଷ୍ୟତ ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବାକୁ ଏଥିରେ ସମସ୍ତ ଆଧୁନିକ ସୁବିଧା ସୁଯୋଗ ରହିଛି। ସ୍ମାର୍ଟ କ୍ଲାସ ରୁମ, ୩ ହଜାର ପୁସ୍ତକ ବିଶିଷ୍ଟ ଇ-ଲାଇବ୍ରେରୀ, ଟ୍ରାଇବାଲ କର୍ଣ୍ଣର, କୁନି ପିଲାଙ୍କ ଆକ୍ଟିଭିଟି ରୁମ, ଏନ.ସି.ସି. ପ୍ରକୋଷ୍ଠ, କମ୍ପ୍ୟୁଟର ଲ୍ୟାବ, ଆଇସିଟି ସ୍ମାର୍ଟ ଲର୍ଣ୍ଣିଂ ସେଣ୍ଟର, ବିଜ୍ଞାନ ପରୀକ୍ଷାଗାର, ୨୦୦ ଆସନ ବିଶିଷ୍ଟ ଛାତ୍ରାବାସ, ୫୦୦ ଆସନ ବିଶିଷ୍ଟ ଛାତ୍ରୀନିବାସ, ଆମ୍ଫିଥିଏଟର, ସୁଦୃଶ୍ୟ ବଗିଚା, କ୍ରୀଡାଙ୍ଗନ, ଓପନ ଜିମ୍, ସୋଲାର ଲାଇଟିଂ, ସୋଲାର ୱାଟର ସପ୍ଲାଏ, ଜଳ ସଂରକ୍ଷଣ ବ୍ୟବସ୍ଥା ଭଳି ଆହୁରି ଅନେକ ସୁବିଧା ରହିଛି।
କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାଲକାନଗିରି ସବୁବେଳେ, ସବୁ କାମରେ ମୋର ପ୍ରଥମ ପସନ୍ଦ ହୋଇ ରହି ଆସିଛି। ଟଙ୍କିକିଆ ଚାଉଳ ହେଉ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଉ ବା ଲକ୍ଷ୍ମୀ ଯୋଜନା- ସବୁ କାର୍ଯ୍ୟକ୍ରମ ମୁଁ ପ୍ରଥମେ ଏହିଠାରୁ ହିଁ ଆରମ୍ଭ କରି ଆସିଛି। ବଡପଡା ଶିକ୍ଷା ସୌଧ ପାଇଁ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାମାନଙ୍କ ପାଠ ପଢାର ସୁବିଧା ତଥା ସେମାନଙ୍କ ବ୍ୟକ୍ତିତ୍ୱର ବିକାଶ ପାଇଁ ଏହି ଅନୁଷ୍ଠାନ ଗଢା ଯାଇଛି। ଏହି ସବୁ ସୁବିଧା ସହରର କୌଣସି ଆଧୁନିକ ଶିକ୍ଷା ଅନୁଷ୍ଠାନର ସୁବିଧାଠାରୁ କମ୍ ନୁହେଁ ବୋଲି ସେ କହିଥିଲେ। ସ୍ୱାଭିମାନ ଅଞ୍ଚଳର ପିଲାମାନେ ଏହାର ସୁଯୋଗ ନେଇ ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବେ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।
ଶୃଙ୍ଖଳା, ପ୍ରତିବଦ୍ଧତା ସହିତ କଠିନ ପରିଶ୍ରମ ଓ ନିଷ୍ଠାର ସହ କାମ କଲେ ସଫଳତାର ମାର୍ଗ ପ୍ରଶସ୍ତ ହୁଏ ବୋଲି ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ଶିକ୍ଷା ସୌଧରେ ଥିବା ସମସ୍ତ ସୁବିଧାର ଉପଯୋଗ କରି ନିଜର ପ୍ରତିଭାର ବିକାଶ ପାଇଁ କାମ କରିବାକୁ ସେ କହିଥିଲେ ଏବଂ ନିଜ ପରିବାର, ନିଜ ସ୍କୁଲ ଓ ନିଜ ଗାଁ ପାଇଁ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ।
ପିଲାଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ୫-ଟି ଉପକ୍ରମରେ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ମନରେ ବଡ ହେବା ପାଇଁ ଆତ୍ମବିଶ୍ୱାସ ସୃଷ୍ଟି କରିଛି। ଅନୁସୂଚିତ ଜାତି ଓ ଜନଜାତି ପିଲାମାନେ ପାଠପଢାଠାରୁ ଖେଳ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି ମତ ଦେଇ ସେ ଏଥିପାଇଁ ଖୁସି ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଯୋଗଦେଇ କହିଥିଲେ ଯେ ଆଗାମୀ ଦିନରେ ସ୍ୱାଭିମାନ ଅଞ୍ଚଳରେ ଏକ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରାଯିବ । ଏହା ମାଧ୍ୟମରେ ସ୍ୱାଭିମାନ ଅଞ୍ଚଳର ଯୁବଗୋଷ୍ଠୀ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ପାଇବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ମାଲକାନଗିରିରୁ ହିଁ କରାଯାଇଛି। ସ୍ୱାଭିମାନ ଅଞ୍ଚଳର ବିକାଶ ନିମନ୍ତେ ସେତୁ ଯୋଜନାର ପରିକଳ୍ପନା ଜରିଆରେ ଅଞ୍ଚଳରେ ଗମନାଗମନ, ସ୍ୱାସ୍ଥ୍ୟ ଓ ଶିକ୍ଷା ଭିତ୍ତିଭୂମିର ବିକାଶ ହୋଇପାରିଛି।
କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲା ପରିଷଦ ସଭାପତି ସମାରୀ ଟାଙ୍ଗୁଲୁ ଏହି ଶିକ୍ଷା ସୌଧ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ୫-ଟି ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ଉଦ୍ୟମର ଉଚ୍ଚପ୍ରଶଂସା କରିଥିଲେ। ମାଲକାନଗିରି ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ।
Embarking on a New Era of E-Governance: CM Launches ‘Online Incentive Management System’, Dedicates New District Websites of Odisha
Next Articleସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେବେ ନୂଆ ନିର୍ବାଚନ କମିଶନର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
