ଗ୍ରାମ୍ୟ ସାଧନ କର୍ମୀମାନଙ୍କ ଦୈନିକ ପାରିଶ୍ରମିକରେ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ସେମାନେ ଅତିରିକ୍ତ ୧୦୦ ଟଙ୍କା ପାଇବେ । ସମୁଦାୟ ୫୦୦ ଟଙ୍କା ପାଇବେ ।ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ସେମାନେ ଅତିରିକ୍ତ ୧୦୦ ଟଙ୍କା ପାଇବେ । ସମୁଦାୟ ୫୦୦ ଟଙ୍କା ପାଇବେ ।ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ ।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀମାନଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ବ ଓ ସ୍ବଚ୍ଛତା ସମିତି’ରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା – ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା (Social Audit) କରି ସ୍ବଚ୍ଛତା ରକ୍ଷା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା’ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।
ଓଡ଼ିଶା ଗସ୍ତରେ ରୁଆଣ୍ଡା ପ୍ରତିନିଧି ଦଳ : ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଓଡ଼ିଶାର ପାନୀୟ ଜଳ ଓ ପରିମଳ ସେବା ବ୍ୟବସ୍ଥା ସଂପର୍କରେ ଆଲୋଚନା
Next ArticleNaveen Wishes Speedy Recovery to CM Mamata Banerjee
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
