ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି, ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।
ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସଂପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨ । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪ । ଏହା ପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।
ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ମାମଲାରେ ଏସବିଆଇ ଆବେଦନର ଆଜି ଶୁଣାଣି
Next ArticleCM Naveen Hikes Meeting Fee of Mission Shakti Gram Panchayat and Block Level Federation Members
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
