ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ତତ୍ପରତା: ତିନି ପଡୋଶୀ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆନ୍ତଃରାଜ୍ୟ ସମନ୍ୱୟ ବୈଠକ
ଭୁବନେଶ୍ୱର – ଆସନ୍ତା ମଇ ଓ ଜୁନ ମାସରେ ରାଜ୍ୟରେ ଚାରିଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱର ସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଭିଡିଓ କନଫରେନ୍ସିଂ ଜରିଆରେ ପଡୋଶୀ ପଶ୍ଚିମବଙ୍ଗ , ଛତିଶଗଡ ଏବଂ ଝାଡଖଣ୍ଡ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ରାଜ୍ୟର [...]
ଭୁବନେଶ୍ୱର – ଆସନ୍ତା ମଇ ଓ ଜୁନ ମାସରେ ରାଜ୍ୟରେ ଚାରିଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱର ସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଭିଡିଓ କନଫରେନ୍ସିଂ ଜରିଆରେ ପଡୋଶୀ ପଶ୍ଚିମବଙ୍ଗ , ଛତିଶଗଡ ଏବଂ ଝାଡଖଣ୍ଡ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଗଣ ଉପସ୍ଥିତ ଥିଲେ । ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ନିୟମାବଳୀକୁ ସଠିକ ଭାବେ ପାଳନ କରିବା ସହ ଶାନ୍ତିପୂର୍ଣ୍ଣ , ଅବାଧ , ଅପରାଧମୁକ୍ତ ଏବଂ ନିରପେକ୍ଷତାର ସହ ନିର୍ବାଚନ ପରିଚାଳନା କରାଯିବା ସମ୍ପର୍କରେ ବୈଠକରେ ମତାପ୍ରକାଶ ପାଇଥିଲା ।
ରାଜ୍ୟର ସୀମାବର୍ତ୍ତୀ ଜିଲ୍ଲା ଗୁଡିକରେ ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିଶୃଙ୍ଖଳାର ସହ କରାଯିବା ଉପରେ ବୈଠକରେ ଗୁରୁତ୍ବାରୋପ କରାଯାଇଥିଲା । ମାଓ ପ୍ରବଣ ଜିଲ୍ଲାଗୁଡିକରେ ନିର୍ବାଚନ ସମ୍ପର୍କିତ ହିଂସା , ରାଜ୍ୟର ସୀମା ତନଖୀ ଫାଟକରେ କଡାକଡି ଯାଞ୍ଚ , ସଂବେଦନଶୀଳ ସ୍ଥାନ ଗୁଡିକରେ ଯାନବାହନ ଯାଞ୍ଚ , ଅବକାରୀ ଧରପଗଡ଼ , ବେଆଇନ ମାରଣାସ୍ତ୍ର , ବେଆଇନ ମଦ କାରବାର , ବେଆଇନ ଟଙ୍କା କାରବାର ଉପରେ ରୋକ୍ ଲଗାଯିବା ନେଇ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା । ଏହାସହ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଖବର ପରିବେଷଣ ରୋକାଯିବା ସଂକ୍ରାନ୍ତରେ ମଧ୍ଯ ବୈଠକରେ ମତପ୍ରକାଶ ହୋଇଥିଲା । ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ( ମୁଖ୍ୟାଳୟ ) ଆର.କେ. ଶର୍ମା , ( ଗୁଇନ୍ଦା ) ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ , ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା ) ସଞ୍ଜୟ କୁମାର , ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ( ଅପରେସନ ) , ଏସ. ଦେବଦତ୍ତ ସିଂ , ଆଇ.ଜି.ପି ( ପ୍ରୋଭିଜନିଙ୍ଗ ) , ୟତିନ୍ଦ୍ର କୋୟଲ , ଆଇ.ଜି.ପି ( ଗୁଇନ୍ଦା ) , ଅନୁପ ସାହୁ , ଡି.ଆଇ.ଜି.ପି ( ଏସଆଇଡବ୍ଲୁ ) , ଡଃ ଉମାଶଙ୍କର ଦାଶ , ଏସପି ( ହେଡକ୍ୱାର୍ଟସ ) , ବି . ଗଙ୍ଗାଧରଙ୍କ ସମେତ ବିଭିନ୍ନ ରେଞ୍ଜର ଆଇ.ଜି , ଡି.ଆଇ.ଜି ଏବଂ ସୀମାବର୍ତ୍ତୀ ଜିଲ୍ଲା ଗୁଡିକର ଏସପିମାନେ ବୈଠକରେ ଉପସ୍ଥିତ ଥିଲେ ।
ଭାରତ ନିର୍ବାଚନ କମିଶନଙ୍କ ପତ୍ରିକାରେ ସ୍ଥାନ ପାଇଲା ଓଡ଼ିଶାର ବିଏଲ୍ଓ ମାସ୍କଟ ‘ ମିତା ଦିଦି ’
Next ArticleSundargarh: Former Panchayat Samiti Chairperson Sentenced to Jail in Bribery Case
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
