ବସ୍ -ବୋଲେରୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ୧୩ ଆହତ
ଫୁଲବାଣୀ – କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରି ଥାନା ଅଧୀନସ୍ଥ ମାଲାନସୁଗା ଛକ ନିକଟରେ ଆଜି ଅପରାହ୍ନରେ ଏକ ଯାତ୍ରୀବାହୀ ମିନିବସ ସହ ବୋଲେରୋର ମୁହାଁମୁହିଁ ଧକ୍କା ହେବାରୁ ବସ୍ ଚାଳକ ଆଦିକନ୍ଦ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ସୂଚନାନୁସାରେ ଆଜି ଅପରାହ୍ଣରେ ଫୁଲବାଣୀ ଅଭିମୁଖେ ସିଲକ ସଫାରି ନାମକ ଏକ ଘରୋଇ ଯାତ୍ରୀବାହୀ ମିନିବସ୍ (ଓଆର ୦୨ [...]
ଫୁଲବାଣୀ – କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରି ଥାନା ଅଧୀନସ୍ଥ ମାଲାନସୁଗା ଛକ ନିକଟରେ ଆଜି ଅପରାହ୍ନରେ ଏକ ଯାତ୍ରୀବାହୀ ମିନିବସ ସହ ବୋଲେରୋର ମୁହାଁମୁହିଁ ଧକ୍କା ହେବାରୁ ବସ୍ ଚାଳକ ଆଦିକନ୍ଦ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ରହିଛି ।
ସୂଚନାନୁସାରେ ଆଜି ଅପରାହ୍ଣରେ ଫୁଲବାଣୀ ଅଭିମୁଖେ ସିଲକ ସଫାରି ନାମକ ଏକ ଘରୋଇ ଯାତ୍ରୀବାହୀ ମିନିବସ୍ (ଓଆର ୦୨ ଏଏକ୍ସ ୯୨୭୪) ଯାଉଥିଲା। ଯାତ୍ରା ଆରମ୍ଭ କରିବାର ମାତ୍ର ୪କିମି ଦୂରରେ କଳିଙ୍ଗା ଘୁମୁସର ଉଦୟଗିରି ମୁଖ୍ୟ ସଡ଼କ ମାଲାନସୁଗା ଛକ ନିକଟରେ ସମ୍ମୁଖ ପଟରୁ ଆସୁଥିବା ଏକ ଲୁହା ବୋଝେଇ ବୋଲେରୋ ଦ୍ରୁତଗତିରେ ଆସି ବସର ଡାହାଣ ପାର୍ଶ୍ଵକୁ ଧକ୍କା ଦେଇଥିଲା। ଫଳରେ ବସ୍ ଚାଳକ ଆଦିକନ୍ଦ ପଣ୍ଡାଙ୍କ ସମେତ ମୋଟ ୧୪ ଜଣ ଆହତ ହୋଇଥିଲେ। ସୂଚନା ପାଇ ଦମକଳ ଏବଂ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କ ସାହାଯ୍ୟରେ ଆହତମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଘୁ. ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ଗୁରୁତର ଆହତ ଥିବା ବସ୍ ଚାଳକଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବସ୍ରେ ବସିଥିବା ଅନ୍ୟ ୧୩ ଜଣ ଯାତ୍ରୀଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି। ଆହତ ହୋଇ ଚିକିତ୍ସିତ ହେଉଥିବା ଏବଂ ଆଉ କିଛି ଚିକିତ୍ସା ପରେ ଘରକୁ ଯାଇଥିବା ସୂଚନା ମିଳିଛି।
କଂଗ୍ରେସକୁ ଆଉ ଏକ ଝଟକା, ଦଳରୁ ଇସ୍ତଫା ଦେଲେ ଖଡ଼ିଆଳ ବିଧାୟକ ଅଧୀରାଜ ପାଣିଗ୍ରାହୀ
Next ArticleJolt to Congress: MLA Adhiraj Panigrahi Quits Party
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
