ଆଜି ପବିତ୍ର ପାପନାଶନୀ ବା ଅଁଳା ଏକାଦଶ ବ୍ରତ
ଏକାଦଶୀ ବ୍ରତରେ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଅନ୍ୟ ଅର୍ଥରେ କହିବାକୁ ଗଲେ ଏହି ବ୍ରତରେ ପ୍ରକୃତି ଉପାସନା ପ୍ରତି ମଧ୍ଯ ବିଶେଷ ଧ୍ୟାନ ଦିଆଯାଏ । ସନାତନ ତଥା ହିନ୍ଦୁ ଧର୍ମରେ ଏକଦଶୀ ବ୍ରତକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯାଇଛି । କୁର୍ମ ପୁରାଣ , ବ୍ରହ୍ମାଣ୍ଡ ପୁରାଣ , ନାରଦ ପୁରାଣ , ବ୍ରହ୍ମ ପୁରଣ , ଭବିଷ୍ୟ ପୁରାଣ , ବ୍ରହ୍ମ କୈବର୍ତ୍ୟ ପୁରାଣ , ଅଗ୍ନି ପୁରଣ ଓ ସ୍କନ୍ଦ [...]
ଏକାଦଶୀ ବ୍ରତରେ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଅନ୍ୟ ଅର୍ଥରେ କହିବାକୁ ଗଲେ ଏହି ବ୍ରତରେ ପ୍ରକୃତି ଉପାସନା ପ୍ରତି ମଧ୍ଯ ବିଶେଷ ଧ୍ୟାନ ଦିଆଯାଏ ।
ସନାତନ ତଥା ହିନ୍ଦୁ ଧର୍ମରେ ଏକଦଶୀ ବ୍ରତକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯାଇଛି । କୁର୍ମ ପୁରାଣ , ବ୍ରହ୍ମାଣ୍ଡ ପୁରାଣ , ନାରଦ ପୁରାଣ , ବ୍ରହ୍ମ ପୁରଣ , ଭବିଷ୍ୟ ପୁରାଣ , ବ୍ରହ୍ମ କୈବର୍ତ୍ୟ ପୁରାଣ , ଅଗ୍ନି ପୁରଣ ଓ ସ୍କନ୍ଦ ପୁରାଣ ରେ ଏକଦଶୀ ବ୍ରତର ମାହାତ୍ମ ସମ୍ପର୍କରେ ବିଷଦ ଭାବେ ବର୍ଣ୍ଣିତ ହୋଇଛି । ପ୍ରତ୍ୟକ ମାସରେ କୃଷ୍ଣପକ୍ଷ ଏକାଦଶୀ ଓ ଶୁକ୍ଳ ଏକାଦଶୀ ଏହିପରି ଦୁଇଟି ଲେଖାଏଁ କରି ବର୍ଷକୁ ୨୪ ଗୋଟି ଏକାଦଶୀ ବ୍ରତ ପାଳନର ବିଧି ଶାସ୍ତ୍ରରେ ବର୍ଣ୍ଣନା କରାଯାଇଛି ।
ହିନ୍ଦୁମାନଙ୍କର ଏକ ପବିତ୍ର ବ୍ରତ ଏକାଦଶୀ । ସାଧାରଣତଃ ବ୍ରାହ୍ମଣଘରର ବିଧବାମାନେ ଚବିଶ ଏକାଦଶୀ ପାଳିବା ବାଧ୍ୟତାମୂଳକ ଅଟେ । ତା’ଛଡ଼ା ସ୍ମାର୍ତ୍ତ ଓ ପରମାର୍ଥ ଧାର୍ମିକ ଆଚରଣରେ ସମଗ୍ର ଭାରତରେ ଏକାଦଶୀ ଏକ ପ୍ରମୁଖ ସାର୍ବଜନୀନ ବ୍ରତର ମାନ୍ୟତା ପାଇଛି । ଜୀବଦଶାରେ ଜ୍ଞାତସାରରେ ବା ଅଜାଣତରେ କରିଥିବା ପାପକୁ ନଷ୍ଟ କରି ପରଜନ୍ମ ପାଇଁ ପୁଣ୍ୟ ସଞ୍ଚୟ କରିବା ଆମ ଧାର୍ମିକ ପରମ୍ପରାର ମହାନ ଉଦ୍ଦେଶ୍ୟ – ଭାବିବା କଥା ଯେ କଣ ଏକାଦଶୀ କରି ପାପ ମୁକ୍ତିଲାଭ ହୋଇ ପାରିବ? କଥାଚିତ୍ ନୁହେଁ । ଏଥିପାଇଁ ରହିଛି ନିତ୍ୟ ବ୍ରତ, ନୈମିତ୍ତିକ ବ୍ରତ ଓ କାମ୍ୟ ବ୍ରତ ଆଚରଣ ବ୍ୟବସ୍ଥା । ଶାସ୍ତ୍ରୀୟବିଚାରରେ ଚାନ୍ଦ୍ରାୟଣ ବ୍ରତକୁ ନୈମିତ୍ତିକ ବ୍ରତ କୁହାଯାଏ ଏବଂ ଏହାଦ୍ୱାରା ପୂର୍ବକୃତ ପାପ କ୍ଷୟ ହୁଏ । ଓଷାବ୍ରତ ପରି କାମ୍ୟ ବ୍ରତରେ ସୁଖ ଓ ସୌଭାଗ୍ୟ ପ୍ରାପ୍ତି ହୁଏ । ମାତ୍ର ଏକାଦଶୀ ପରି ନିତ୍ୟ ବ୍ରତରେ ପୁଣ୍ୟ ସଞ୍ଚୟ ହୁଏ । କେତେଗୁଡିଏ ଏକାଦଶୀରେ ଏକଭୁକ୍ତ ବା ବେଳାଏ ଖାଇ ପାଳନ କରାଯାଏ ଅନ୍ୟ କେତେଗୁଡ଼ିକରେ ଅନ୍ନଜଳ ସମ୍ପୂର୍ଣ୍ଣ ତ୍ୟାଗକରାଯିବାର ବିଧି ରହିଛି । ଏକାଦଶୀ ଦିନ ଶରୀର ଓ ମନରେ ଶୁଦ୍ଧ ରହି କ୍ରୀଡା, ନିଦ୍ରା, ମଦ୍ୟପାନ, ପରନିନ୍ଦା, ଅସୂୟା, ଚୋରି, ହିଂସା, ରତି, କ୍ରୋଧ, ଅସତ୍ୟଭାଷଣ ପରି ଏଗାରଟିରୁ ବିରତ ରହିବା ଉଚିତ । ପୁତ୍ରବାନ ଗୃହସ୍ଥ କେବଳ ଶୁକ୍ଳ ଏକାଦଶୀ ଏବଂ ବାନପ୍ରସ୍ଥ ସନ୍ନ୍ୟାସୀ ଓ ବିଧବା ଉଭୟ ଏକାଦଶୀ କରିପାରିବେ । ବୈଜ୍ଞାନିକ ଦୃଷ୍ଟିକୋଣରୁ ଏକାଦଶୀ ପାଳନଦ୍ୱାରା ପେଟକୁ ବିଶ୍ରାମ ମିଳେ ଓ ପାକାଗ୍ନିକୁ ସକ୍ରିୟ କରାଏ । ଫଳରେ ଅଜୀର୍ଣ୍ଣ, ଉଦରଶୂଳ, ଅଗ୍ନିମାନ୍ଦ୍ୟ ଆଦି ରୋଗରୁ ରକ୍ଷା ମିଳେ ।
ଫାଲ୍ଗୁନ ଶୁକ୍ଳ ଏକାଦଶୀକୁ ଅଅଁଳା ଏକାଦଶୀ ଭାବେ ପାଳନ କରାଯାଏ । ଶାସ୍ତ୍ରରେ ଅଅଁଳା ବୃକ୍ଷକୁ ଶ୍ରେଷ୍ଠ ବୋଲି କୁହାଯାଇଛି । ପୌରାଣିକ ମତେ ସୃଷ୍ଟି ରଚନା ପାଇଁ ବିଷ୍ଣୁ ବ୍ରହ୍ମାଙ୍କୁ ଜନ୍ମ ଦେଇଥିଲେ, ସେହି ସମୟରେ ଅଅଁଳା ବୃକ୍ଷର ଜନ୍ମ । ସ୍ୱୟଂ ବିଷ୍ଣୁ ଅଅଁଳା ବୃକ୍ଷକୁ ଆଦିବୃକ୍ଷ ରୂପେରେ ପ୍ରତିଷ୍ଠିତ କରିଥିଲେ । ଅଅଁଳାର ପ୍ରତ୍ୟେକ ଅଂଶରେ ଭଗବାନ୍ ବିରାଜମାନ ବୋଲି ହିନ୍ଦୁମାନେ ବିଶ୍ୱାସ କରନ୍ତି । ଭଗବାନ ବିଷ୍ଣୁଙ୍କ ପ୍ରସନ୍ନତା ଏବଂ ମୋକ୍ଷର କାମନା ଲାଗି ଅଅଁଳା ଏକାଦଶୀ ଦିନ ଭକ୍ତ ନିତ୍ୟକର୍ମ ସାରି ଭଗବାନ ବିଷ୍ଣୁଙ୍କ ପ୍ରତିମାକୁ ଧ୍ୟାନ କରି ସଂକଳ୍ପ ନେଇ ଏକାଦଶୀ ବ୍ରତ ରଖିଥାନ୍ତି । ଭଗବାନଙ୍କ ପୂଜା ପରେ ଅଅଁଳା ବୃକ୍ଷ ପୂଜା କରିବା ଉଚିତ । ଏହିଦିନ ବିଷ୍ଣୁଙ୍କ ଷଷ୍ଠ ଅବତାର ପର୍ଶୁରାମଙ୍କ ସ୍ୱର୍ଣ୍ଣମୂର୍ତ୍ତି ସ୍ଥାପନ କରି ବିଧିବଦ୍ଧ ଭାବେ ପୂଜା କରାଯାଏ । ଦ୍ୱାଦଶୀ ଦିନରେ ଏକାଦଶୀ ବ୍ରତ ଉଦ୍ଯାପନ କରି ବ୍ରାହ୍ମଣଙ୍କୁ ପର୍ଶୁରାମ ମୂର୍ତ୍ତି ଭେଟି ଦିଆଯାଏ । ଭଗବାନ କହିଛନ୍ତି – ଯେଉଁ ପ୍ରାଣୀ ସ୍ୱର୍ଗ ଏବଂ ମୋକ୍ଷ ପ୍ରାପ୍ତି ପାଇଁ କାମନା କରୁଛନ୍ତି ସେମାନେ ଫାଲଗୁନ ଶୁକ୍ଳ ପକ୍ଷରେ ଏକାଦଶୀ ବ୍ରତ କରିବା ଉଚିତ୍ ।
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଫଗୁ ଦଶମୀ ନୀତି ସମ୍ପନ୍ନ
Next Articleଆଜି ଶେଷ ହେଉଛି ଯୁକ୍ତ ଦୁଇ ପରୀକ୍ଷା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
