ପୋଷ୍ଟାଲ ବାଲାଟ୍ରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର
ଭୁବନେଶ୍ୱର – ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ୍ ନ ପଡ଼ନ୍ତି , ସେଥିପ୍ରତି ସର୍ବଦା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହିକ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର , କଣ୍ଡକ୍ଟର ଓ କ୍ଲିନରମାନଙ୍କୁ ମଧ୍ଯ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବାର ଅଧିକାର ଦିଆଯାଇଛି । ଓଡ଼ିଶାରେ ମତଦାନ ଦିନ ଯେଉଁ ଡ୍ରାଇଭର , କଣ୍ଡକ୍ଟର ଓ କ୍ଲିନରମାନେ ନିର୍ବାଚନ କାର୍ଯ୍ୟରେ [...]
ଭୁବନେଶ୍ୱର – ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ୍ ନ ପଡ଼ନ୍ତି , ସେଥିପ୍ରତି ସର୍ବଦା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହିକ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର , କଣ୍ଡକ୍ଟର ଓ କ୍ଲିନରମାନଙ୍କୁ ମଧ୍ଯ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବାର ଅଧିକାର ଦିଆଯାଇଛି । ଓଡ଼ିଶାରେ ମତଦାନ ଦିନ ଯେଉଁ ଡ୍ରାଇଭର , କଣ୍ଡକ୍ଟର ଓ କ୍ଲିନରମାନେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବେ ସେମାନେ ଯେପରି ଉଚିତ ଭାବରେ ମତଦାନ କରିପାରିବେ, ସେଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀମାନେ ଜଣେ ନୋଡ଼ାଲ ଅଧିକାରୀଙ୍କୁ ମନୋନୀତ କରିବେ , ଯାହାଙ୍କ ଦ୍ଵାରା ନିର୍ବାଚନ ପ୍ରକ୍ରିୟା ପାଇଁ ବ୍ୟବହୃତ ଗାଡ଼ି ଅଧିଗ୍ରହଣ କରାଯିବ । ଯେଉଁ ଡ୍ରାଇଭର , କଣ୍ଡକ୍ଟର ଓ କ୍ଲିନରମାନେ ଏହି ଗାଡ଼ିରେ ନିୟୋଜିତ ହେବେ, ତାଙ୍କର ମତଦାନ ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ନୋଡ଼ାଲ ଅଧିକାରୀଙ୍କ ଦ୍ଵାରା ନିଶ୍ଚିତ କରାଯିବ ଓ ସେମାନଙ୍କୁ ପୋଷ୍ଟାଲ ବାଲାଟ୍ ମାଧ୍ୟମରେ ମତଦାନ ପାଇଁ ଫର୍ମ – ୧୨ ଯୋଗାଇ ଦିଆଯିବ । ଏହି ଫର୍ମ – ୧୨ରେ ସଂପୃକ୍ତ ଡ୍ରାଇଭର , କଣ୍ଡକ୍ଟର ଓ କ୍ଲିନରଙ୍କ ମତଦାନ ସମ୍ବନ୍ଧୀୟ ଆବଶ୍ୟକ ତଥ୍ୟ ଉଚିତ ରୂପେ ପୂରଣ ହୋଇଥବା ନିଶ୍ଚିତ କରି ନୋଡ଼ାଲ ଅଧିକାରୀ ସେମାନଙ୍କ ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସରଙ୍କୁ ଅତି କମ୍ରେ ମତଦାନ ତାରିଖର ୭ ଦିନ ପୂର୍ବରୁ ପଠାଇବେ । ଏହା ଦ୍ଵାରା ଉକ୍ତ ମତଦାତାମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇ ପାରିବ । ନିର୍ବାଚନ ପରିଚାଳନା ଅଧିନିୟମ – ୧୯୬୧ରେ ନୂତନ ଭାବେ ଯୋଡ଼ା ଯାଇଥିବା ନିୟମ ୧୮ ( କ ) ଅନୁସାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଭୋଟରମାନେ କେବଳ ‘ଫେସିଲିଟେସନ୍ ସେଣ୍ଟର’ରେ ହିଁ ନିଜ ନିଜର ମତଦାନ କରିବେ । ଏଣୁ ଏହି ଡ୍ରାଇଭର , କଣ୍ଡକ୍ଟର , କ୍ଲିନରମାନେ ରିଟର୍ଣ୍ଣିଂ ଅଫିସରଙ୍କ ଦ୍ଵାରା ସ୍ଥିରୀକୃତ ସ୍ଥାନ ଓ ସମୟ ଅବଧି ମଧ୍ୟରେ ଫେସିଲିଟେସନ୍ ସେଣ୍ଟରରେ ମତଦାନ କରିବେ । ଭାରତ ନିର୍ବାଚନ କମିଶନଙ୍କ ଦ୍ଵାରା କରାଯାଇଥିବା ଏହି ବ୍ୟବସ୍ଥା ଯେପରି ଓଡ଼ିଶାରେ ଉପଯୁକ୍ତ ଭାବରେ କାର୍ଯ୍ୟକାରୀ ହୋଇପାରିବ ସେଥି ପାଇଁ ସମସ୍ତ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ପରିବହନ କମିଶନ ଓ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ନିର୍ବାଚନ ପ୍ରସ୍ତୁତି: ବ୍ରହ୍ମପୁର ଓ ଆସ୍କା ସଂସଦୀୟ କ୍ଷେତ୍ରର ସମୀକ୍ଷା କଲେ ନବୀନ
Next ArticleOdisha: Drivers, Conductors Engaged in Poll Duty to Cast Vote through Postal Ballot
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
