ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଚାରି ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି। ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଲାଗି ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ବନକଲାଗି ନୀତି ପାଇଁ ଜୟ ବିଜୟ [...]

Admin•ମାର୍ଚ୍ଚ 27, 2024
Share Article:

ପୁରୀ – ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି। ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଲାଗି ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତ ମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତ ମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

#Odia#Odisha#News
Share Article:

Related Articles