ଅସହ୍ୟ ଗ୍ରୀଷ୍ମ ପ୍ରବାହ: ସାଢେ ୨ଟା ସୁଦ୍ଧା ୩୮ ଡିଗ୍ରୀ ସେଲସିୟସ ଉପରେ ୭ ସହରର ତାପମାତ୍ରା
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଖରା ତାତି । ପ୍ରବଳ ଗରମରେ ଲୋକେ ଅସ୍ତବ୍ୟସ୍ତ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ଦିନ ସାଢେ ୨ଟା ବେଳକୁ ରାଜ୍ୟର ୭ଟି ସହରର ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ଉପରେ ରହିଥିଲା। ୩୯ ଦଶମିକ ୬ ଡିଗ୍ରୀ ସେଲସିୟସ ସହ ଚାନ୍ଦବାଲି ଥିଲା ରାଜ୍ୟର ଉତ୍ତପ୍ତ ସହର। ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୩୯.୪ ଓ ଝାରସୁଗୁଡାରେ ୩୯ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।ବାଲେଶ୍ୱରରେ ୩୮.୫ [...]
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଖରା ତାତି । ପ୍ରବଳ ଗରମରେ ଲୋକେ ଅସ୍ତବ୍ୟସ୍ତ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ଦିନ ସାଢେ ୨ଟା ବେଳକୁ ରାଜ୍ୟର ୭ଟି ସହରର ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ଉପରେ ରହିଥିଲା। ୩୯ ଦଶମିକ ୬ ଡିଗ୍ରୀ ସେଲସିୟସ ସହ ଚାନ୍ଦବାଲି ଥିଲା ରାଜ୍ୟର ଉତ୍ତପ୍ତ ସହର। ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୩୯.୪ ଓ ଝାରସୁଗୁଡାରେ ୩୯ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।ବାଲେଶ୍ୱରରେ ୩୮.୫ , ସମ୍ବଲପୁରରେ ୩୮.୫,
ହୀରାକୁଦରେ ୩୮.୫,କେନ୍ଦୁଝରରେ ୩୭.୮, ରାଉରକେଲାରେ ୩୮.୧, ପୁରୀରେ ୩୩.୫, ପାରାଦୀପରେ ୩୩.୧ ଓ ଗୋପାଳପୁରରେ ୩୧.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।
ଆୟକର ନୋଟିସ୍ ମାମଲାରେ କଂଗ୍ରେସକୁ ସାମୟିକ ଆଶ୍ବସ୍ତି, ନିର୍ବାଚନ ସମୟରେ ହେବନି କାର୍ଯ୍ୟାନୁଷ୍ଠାନ
Next ArticleBJD Targets BJP, Says Saffron Party Has No Candidates To Field For At Least 80 Constituencies
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
