ଆଜିଠୁ ତିନି ଦିନ ବଢିବ ଖରା ପ୍ରକୋପ
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ଜନଜୀବନ । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ତାପ ଜନିତ ସ୍ଥିତି ସଙ୍ଗୀନ ରହିଛି। ଏଣେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜିଠୁ ୩ ଦିନ ଖରାର ପ୍ରକୋପ ଅଧିକ ବୃଦ୍ଧି ପାଇବ । ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ [...]
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ଜନଜୀବନ । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ତାପ ଜନିତ ସ୍ଥିତି ସଙ୍ଗୀନ ରହିଛି। ଏଣେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜିଠୁ ୩ ଦିନ ଖରାର ପ୍ରକୋପ ଅଧିକ ବୃଦ୍ଧି ପାଇବ । ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆଜି ଗ୍ରୀଷ୍ମ ପ୍ରବାହ ନେଇ ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସତର୍କ ସୂଚନା ଦିଆଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ସାଢେ ୩ଟା ମଧ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣ ଅତି ଜରୁରୀ କାମ ନଥିଲେ ପଦାକୁ ବାହାରିବାକୁ ବାରଣ କରାଯାଇଛି। ଏ ନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସ ଆରସି ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି।
କଂଗ୍ରେସରୁ ଇସ୍ତଫା ଧାରା ଜାରି, ଦଳ ଛାଡ଼ିଲେ ଗୌରବ ବଲ୍ଲଭ
Next Articleଗ୍ରୀଷ୍ମ ପ୍ରକୋପ ଯୋଗୁଁ ସମ୍ବଲପୁରରେ ବଦଳିଲା ସ୍କୁଲ୍ ସମୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
