ଚାରି ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ସମ୍ବଲପୁରଠାରେ ସମ୍ବଲପୁର , ବରଗଡ଼ , ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ସମ୍ବଲପୁର , ଝାରସୁଗୁଡ଼ା , ବରଗଡ଼ , ସୁନ୍ଦରଗଡ଼ , ଦେବଗଡ଼ , ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ , ଆରକ୍ଷୀ ଅଧୀକ୍ଷକ [...]
ଭୁବନେଶ୍ୱର – ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ସମ୍ବଲପୁରଠାରେ ସମ୍ବଲପୁର , ବରଗଡ଼ , ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ସମ୍ବଲପୁର , ଝାରସୁଗୁଡ଼ା , ବରଗଡ଼ , ସୁନ୍ଦରଗଡ଼ , ଦେବଗଡ଼ , ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ , ଆରକ୍ଷୀ ଅଧୀକ୍ଷକ ଓ ରିଟର୍ଣ୍ଣିଂ ଅଫିସରମାନେ ଯୋଗଦେଇ ନିର୍ବାଚନ ପ୍ରସ୍ତୁତି ନେଇ ସବିଶେଷ ତଥ୍ୟ ରଖିଥିଲେ ।
ସମୀକ୍ଷା ବୈଠକର ପ୍ରଥମ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଚାରି ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ୭ଟି ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ , ସମସ୍ତ ଅତିରିକ୍ତ ଜିଲ୍ଲାପାଳ , ଉପଜିଲ୍ଲାପାଳମାନଙ୍କ ସହ ବିସ୍ତୃତ ଭାବରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ । ସମସ୍ତ ଜିଲ୍ଲାର ଜିଲ୍ଲାପାଳ ପିପିଟି ପ୍ରେଜେଣ୍ଟେସନ୍ ମାଧ୍ୟମରେ ନିଜ ନିଜ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ସବିଶେଷ ତଥ୍ୟ ରଖିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ତଥ୍ୟ ବାବଦରେ ଅବଗତ ହେବା ସହ ପ୍ରସ୍ତୁତିର ବିଭିନ୍ନ ଦିଗ ଓ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ଯରେ ସଫଳ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ବିଷୟରେ ଚର୍ଚ୍ଚା କରିଥିଲେ । ଏହା ସହିତ ମୁଖ୍ୟ ନିର୍ବାଚନ ଅଧିକାରୀ ସି – ଭିଜିଲ୍ ସୁବିଧା ପୋର୍ଟାଲ , ଏନ୍କର ନୋଡାଲ ଆଦି ଆପ୍ ଦ୍ଵାରା ନିର୍ବାଚନ ପରିଚାଳନା କିପରି ସହଜ ଭାବରେ ହେବ ତାହା ଆଲୋଚନା କରିଥିଲେ ।
ନକ୍ସଲ ପ୍ରଭାବିତ ଅଞ୍ଚଳ , ପୋଷ୍ଟାଲ ବାଲାଟ୍ , ନିର୍ବାଚନ ଆଚରଣ ବିଧି ବିଷୟରେ ସବିଶେଷ ଆଲୋଚନା କରି ମତଦାତାମାନଙ୍କୁ କେନ୍ଦ୍ରରେ ରଖି ନିର୍ବାଚନ ପରିଚାଳନା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ। ଅଧିକରୁ ଅଧିକ ଭୋଟର ଯେପରି ମତଦାନ କରିବେ ସେ ଉପରେ ବିଶେଷ ଆଲୋଚନା ହୋଇଥିଲା । ବରିଷ୍ଠ ନାଗରିକ , ଭିନ୍ନକ୍ଷମ , ମହିଳା , ଯୁବ ଭୋଟରମାନଙ୍କ ପ୍ରତି ବିଶେଷ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମତଦାତା ମାର୍ଗଦର୍ଶିକାକୁ ମତଦାନର ନିମନ୍ତ୍ରଣ ପତ୍ର ଭାବରେ ପ୍ରତି ପରିବାରକୁ ପହଞ୍ଚାଇ ଏକ ଜାତୀୟ ଉତ୍ସବ ପରି ନିର୍ବାଚନକୁ ପାଳନ କରିବା ପାଇଁ ପରାମର୍ଶ ଦେଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ ।
ବୈଠକର ଦ୍ଵିତୀୟ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ବିଷୟରେ ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ତଥା ଏଡିଜି ସଂଜୟ କୁମାର ସିଂ ଆଭାସୀ ମାଧ୍ୟମରେ ସାମିଲ ହୋଇ ନିର୍ବାଚନ ପ୍ରସ୍ତୁତି ଓ ଆଇନଶୃଙ୍ଖଳା ପରିସ୍ଥିତି ବିଷୟରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ନିର୍ବାଚନ ଆଚରଣ ବିଧିର ଉଚିତ ଅନୁପାଳନ ପାଇଁ ଜିଲ୍ଲା ପ୍ରଶାସନ , ପୋଲିସ ପ୍ରଶାସନ , ବିଭିନ୍ନ ପ୍ରବର୍ତ୍ତନ ବିଭାଗ ଯଥା – ଅବକାରୀ , ଜିଏସ୍ଟି , ପରିବହନ ଓ ଜଙ୍ଗଲ ବିଭାଗ ସମନ୍ବିତ ଭାବେ କାର୍ଯ୍ୟ କରିବାକୁ ସିଇଓ ନିର୍ଦ୍ଦେଶ ଦେଇଥିଲେ ।
ପ୍ରେସ ବାର୍ତ୍ତା ମାଧ୍ୟମରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମୀକ୍ଷାର ବିଭିନ୍ନ ଦିଗ ଉପରେ ମତ ରଖିଥିଲେ । କିଭଳି ଭାବରେ ବିଭିନ୍ନ ବୁଥରେ ସୁରକ୍ଷା , ମତଦାତାଙ୍କ ସୁବିଧା ପାଇଁ ଭୋଟିଂ ସମୟ , ବୁଥରେ ପାନୀୟ ଜଳ , ଛାଇ ଓ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ ତାହା ଆଲୋଚନା ହୋଇଥିଲା । ୭ଟି ଜିଲ୍ଲାରେ ମୁକ୍ତ , ଅବାଧ , ନିରପେକ୍ଷ ଓ ସମସ୍ତଙ୍କ ଅଂଶଗ୍ରହଣ ଦ୍ଵାରା ନିର୍ବାଚନ ସୁପରିଚାଳନା ହେଉଛି ବୋଲି ସିଇଓ ମତ ରଖିଥିଲେ ।
ଉଭୟ ସଂପାନର ସମୀକ୍ଷାରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ . ତିରୁମାଲା ନାୟକ ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ଉପସ୍ଥିତ ରହି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ସମୀକ୍ଷା କରିଥଲେ । ଏହି ବୈଠକରେ ଉତ୍ତରାଞ୍ଚଳ ଆର୍ଡିସି ଶ୍ରୀକାନ୍ତ ପୃଷ୍ଟି , ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ , ଉତ୍ତର- କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ , ପଶ୍ଚିମାଞ୍ଚଳ ଡିଆଇଜି ନିତିଶେଖର , ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ , ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ , ଝାରସୁଗୁଡ଼ା ଜିଲ୍ଲାପାଳ ଆବୋଲି ସୁନୀଲ ନରାନେ , ଢେଙ୍କାନାଳ ଜିଲ୍ଲାପାଳ ଅମୃତ ଋତୁରାଜ , ଅନୁଗୋଳ ଜିଲ୍ଲାପାଳ ଅବଦଲ୍ ଏମ୍ . ଅଖତର , ଦେବଗଡ଼ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ , ସୁନ୍ଦରଗଡ଼ ଜିଲ୍ଲାପାଳ ଗାୱଲି ପରାଗ ହର୍ଷଦ ଯୋଗ ଦେଇଥିଲେ । ଆଇନଶୃଙ୍ଖଳା ସମୀକ୍ଷା ବୈଠକରେ ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁ ( ସମ୍ବଲପୁର ) , ପି.ଏସ୍ . ମୀନା ( ବରଗଡ଼ ) , ମଡ଼କର ସନ୍ଦୀପ ସମ୍ପଦ ( ଢେଙ୍କାନାଳ ) , ଅନୁପମା ଜେମ୍ସ ( ଦେବଗଡ଼ ) , ପି.ଏସ୍ . ପୁରୁଷୋତ୍ତମ ଦାସ ( ଝାରସୁଗୁଡ଼ା ) ଯୋଗଦେଇଥିଲେ ।
Odisha: CEO Reviews Poll Preparedness in Four Parliamentary Constituencies
Next ArticleInter-state Cooperation Is Essential for Free and Fair Elections: Odisha DGP
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
