ସାମାଜିକ ପରିବର୍ତ୍ତନ ଓ ଜନ ଏକତା ପାଇଁ କ୍ରୀଡାର ଗୁରୁତ୍ୱପୂର୍ଣ୍ଣ ଭୂମିକା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ସାମାଜିକ ପରିବର୍ତ୍ତନର ପ୍ରସାର ଓ ଲୋକଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ କ୍ରୀଡାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜି ବିକାଶ ଓ ଶାନ୍ତି ପାଇଁ ଆନ୍ତର୍ଜାତିକ କ୍ରୀଡା ଦିବସ ( ଇଣ୍ଟରନ୍ୟାସନାଲ ଡେ’ ଅଫ୍ ସ୍ପୋର୍ଟ ଫର୍ ଡେଭଲପମେଣ୍ଟ ଆଣ୍ଡ୍ ପିସ୍ ) ଅବସରରେ ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, ବିଭିନ୍ନ ସମ୍ପ୍ରଦାୟକୁ ଯୋଡିବା, ଶାନ୍ତି ପ୍ରତିଷ୍ଠା କରିବା ଓ ବିକାଶର ପ୍ରସାର ପାଇଁ କ୍ରୀଡା [...]
ଭୁବନେଶ୍ୱର – ସାମାଜିକ ପରିବର୍ତ୍ତନର ପ୍ରସାର ଓ ଲୋକଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ କ୍ରୀଡାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜି ବିକାଶ ଓ ଶାନ୍ତି ପାଇଁ ଆନ୍ତର୍ଜାତିକ କ୍ରୀଡା ଦିବସ ( ଇଣ୍ଟରନ୍ୟାସନାଲ ଡେ’ ଅଫ୍ ସ୍ପୋର୍ଟ ଫର୍ ଡେଭଲପମେଣ୍ଟ ଆଣ୍ଡ୍ ପିସ୍ ) ଅବସରରେ ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, ବିଭିନ୍ନ ସମ୍ପ୍ରଦାୟକୁ ଯୋଡିବା, ଶାନ୍ତି ପ୍ରତିଷ୍ଠା କରିବା ଓ ବିକାଶର ପ୍ରସାର ପାଇଁ କ୍ରୀଡା ସାମର୍ଥ୍ୟ ରଖେ । ତେଣୁ ଆମେ ସମସ୍ତେ କ୍ରୀଡାର ସାମର୍ଥ୍ୟକୁ ଉପଲବ୍ଧ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କ୍ରୀଡା ଜରିଆରେ ଏକ ସୁସ୍ଥ, ଚଳଚଞ୍ଚଳ, ଶାନ୍ତିପୂର୍ଣ୍ଣ ସମାବେଶୀ ବିଶ୍ୱ ଗଢ଼ି ତୋଳିବା ପାଇଁ ଉଦ୍ୟମ ଜାରି ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଆମେରିକାରେ ପୁଣି ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ
Next ArticleHeat Wave Condition To Prevail For Another 24 Hours in State
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
