ପଣା ସଂକ୍ରାନ୍ତିରୁ ପୁଣି ପାରଦ ହେବ ଉପରମୁହାଁ, ୩ରୁ ୪ ଡିଗ୍ରୀ ଯାଏଁ ବଢିବ ତାପମାତ୍ରା
ଭୁବନେଶ୍ବର – ଆସନ୍ତା ଏପ୍ରିଲ ୧୪ ପଣା ସଂକ୍ରାନ୍ତିରୁ ରାଜ୍ୟରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇବା ପୂର୍ବାନୁମାନ କରାଯାଇଛି। ରାଜ୍ୟର ସମସ୍ତ ସହରରେ ପାରଦ ୩ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ହେବାକୁ ଥିବାରୁ ତାପମାତ୍ରାରେ ଅପେକ୍ଷାକୃତ ଅଧିକ ବୃଦ୍ଧି ପାଇବା ଆଶଙ୍କା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବା [...]
ଭୁବନେଶ୍ବର – ଆସନ୍ତା ଏପ୍ରିଲ ୧୪ ପଣା ସଂକ୍ରାନ୍ତିରୁ ରାଜ୍ୟରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇବା ପୂର୍ବାନୁମାନ କରାଯାଇଛି। ରାଜ୍ୟର ସମସ୍ତ ସହରରେ ପାରଦ ୩ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ହେବାକୁ ଥିବାରୁ ତାପମାତ୍ରାରେ ଅପେକ୍ଷାକୃତ ଅଧିକ ବୃଦ୍ଧି ପାଇବା ଆଶଙ୍କା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ତିନି ଚାରି ଦିନ ହେବ ରାଜ୍ୟର ତାପମାତ୍ରା ଅନେକ ସ୍ଥାନରେ ସ୍ବାଭାବିକ ଠାରୁ ଯଥେଷ୍ଟ କମ୍ ରହିଛି। ଆଗାମୀ ତିନି ଦିନ ମଧ୍ୟରେ ଅନେକ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବଢ଼ିବ। ୧୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସ୍ପେଶାଲ ସିକ୍ୟୁରିଟି ବାଟାଲିୟନର ସିପାହୀଙ୍କୁ ଟାଟୁ ମନା, ୧୫ ଦିନ ମଧ୍ୟରେ ଲିଭାଇବାକୁ ନିର୍ଦ୍ଦେଶ
Next Articleବିଜେଡିର ୩୮ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଗଠିତ : ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ, ୬ ସହ- ଅଧ୍ୟକ୍ଷ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
