ସଞ୍ଜୟ ସିଂହଙ୍କ ଅଭିଯୋଗ: ତିହାର ଜେଲରେ କେଜ୍ରିୱାଲଙ୍କୁ ପରିବାର ଲୋକଙ୍କ ସହ ଭେଟିବାକୁ ଅନୁମତି ଦିଆଯାଉ ନାହିଁ
ନୂଆଦିଲ୍ଲୀ: ତିହାର ଜେଲରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତାଙ୍କ ପରିବାର ଲୋକଙ୍କ ସହ ବ୍ୟକ୍ତିଗତ ଭାବେ ଭେଟିବାକୁ ଦିଆଯାଉ ନାହିଁ ବୋଲି ଆମ୍ ଆଦମୀ ପାର୍ଟି (ଆପ୍)ର ବରିଷ୍ଠ ନେତା ତଥା ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂହ ଶନିବାର ଅଭିଯୋଗ କରିଛନ୍ତି । ସାମ୍ବାଦିକମାନଙ୍କ ସହ ବାର୍ତ୍ତାଳାପ ବେଳେ ସେ କହିଛନ୍ତି, “ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ମନୋବଳ ଭାଙ୍ଗିବାକୁ ଚେଷ୍ଟା କରାଯାଉଛି। ତାଙ୍କ ପରିବାରକୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରିବାକୁ ଅନୁମତି ଦିଆଯାଉ ନାହିଁ। ତାଙ୍କ ପରିବାରକୁ [...]
ନୂଆଦିଲ୍ଲୀ: ତିହାର ଜେଲରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତାଙ୍କ ପରିବାର ଲୋକଙ୍କ ସହ ବ୍ୟକ୍ତିଗତ ଭାବେ ଭେଟିବାକୁ ଦିଆଯାଉ ନାହିଁ ବୋଲି ଆମ୍ ଆଦମୀ ପାର୍ଟି (ଆପ୍)ର ବରିଷ୍ଠ ନେତା ତଥା ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂହ ଶନିବାର ଅଭିଯୋଗ କରିଛନ୍ତି ।
ସାମ୍ବାଦିକମାନଙ୍କ ସହ ବାର୍ତ୍ତାଳାପ ବେଳେ ସେ କହିଛନ୍ତି, “ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ମନୋବଳ ଭାଙ୍ଗିବାକୁ ଚେଷ୍ଟା କରାଯାଉଛି। ତାଙ୍କ ପରିବାରକୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରିବାକୁ ଅନୁମତି ଦିଆଯାଉ ନାହିଁ। ତାଙ୍କ ପରିବାରକୁ କେବଳ ଏକ ‘ମୁଲାକାତ ଜାଙ୍ଗଲା’ ଜରିଆରେ କେଜ୍ରିୱାଲଙ୍କୁ ସାକ୍ଷାତ କରିବାକୁ ଦିଆଯାଉଛି।
ସିଂହ କହିଛନ୍ତି, “ଏହା ଅମାନବୀୟ। ଏପରିକି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବ୍ୟକ୍ତିଗତ ସାକ୍ଷାତ କରିବାକୁ ଅନୁମତି ଦିଆଯାଉଥିବା ବେଳେ କେଜ୍ରିୱାଲଙ୍କୁ ଏହି ସୁବିଧା ମିଳୁନି।
‘ମୁଲାକାତ ଜାଙ୍ଗଲା’ ହେଉଛି ଏକ ଲୁହା ଜାଲି ଯାହା ଜରିଆରେ ଜେଲ କୋଠରୀରେ ବନ୍ଦୀ କଏଦୀ ସହ ତାଙ୍କୁ ଭେଟିବାକୁ ଆସୁଥିବା ଲୋକ କଥାବାର୍ତ୍ତା କରିପାରିବେ |
ସଞ୍ଜୟ ସିଂହଙ୍କ ଅଭିଯୋଗ ସମ୍ପର୍କରେ ତିହାର ଜେଲ୍ ପ୍ରଶାସନ କୌଣସି ପ୍ରତିକ୍ରିୟା ଦେଇନାହିଁ। ଶୁକ୍ରବାର ଜେଲ କର୍ତ୍ତୃପକ୍ଷ କେଜ୍ରିୱାଲଙ୍କ ସହ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ଵନ୍ତ ମାନଙ୍କ ସାକ୍ଷାତ ତାରିଖ ଭାବେ ଏପ୍ରିଲ ୧୫ ସ୍ଥିର କରିଥିଲେ। ଜେଲ ପ୍ରଶାସନ କହିଛି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଜଣେ ସାଧାରଣ ପରିଦର୍ଶକ ଭାବେ ‘ମୁଲାକାତ ଜାଙ୍ଗଲା’ ମାଧ୍ୟମରେ ଆପ୍ ଆବାହକଙ୍କୁ ଭେଟି ପାରିବେ।
ତିହାର ଜେଲ ଭିତରେ ମଙ୍ଗଳବାର କେଜ୍ରିୱାଲ ତାଙ୍କ ପତ୍ନୀ ସୁନୀତା କେଜ୍ରିୱାଲ ଏବଂ ବ୍ୟକ୍ତିଗତ ସଚିବ ବିବେକ କୁମାରଙ୍କୁ ଭେଟିଥିଲେ।
ଏପ୍ରିଲ ୧୫ରେ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ
Next ArticleOdisha, West Bengal Police Hold Discussions to Ensure Free & Fair Polls in Border Districts
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
