ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିଲେ ଅମ୍ବାନୀ ଜୁନିଅର, ଦାନ କଲେ ୨ କୋଟି ୫୧ ଲକ୍ଷ ଟଙ୍କା
ପୁରୀ – ବିବାହ ପୂର୍ବରୁ ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ସନ୍ଧ୍ୟାରେ ରିଲାଏନ୍ସ ଭେନ୍ଚର ଲିମିଟେଡ୍ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରୁ କଡ଼ାସୁରକ୍ଷାରେ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସହ ମା’ ବିମଳା ଓ ଅନ୍ୟ ପାର୍ଶ୍ୱ ଦେବାଦେବୀଙ୍କ ମଧ୍ୟ ଦର୍ଶନ କରିଥିଲେ ଅମ୍ବାନୀ ଜୁନିଅର। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଅନନ୍ତ [...]
ପୁରୀ – ବିବାହ ପୂର୍ବରୁ ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ସନ୍ଧ୍ୟାରେ ରିଲାଏନ୍ସ ଭେନ୍ଚର ଲିମିଟେଡ୍ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରୁ କଡ଼ାସୁରକ୍ଷାରେ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସହ ମା’ ବିମଳା ଓ ଅନ୍ୟ ପାର୍ଶ୍ୱ ଦେବାଦେବୀଙ୍କ ମଧ୍ୟ ଦର୍ଶନ କରିଥିଲେ ଅମ୍ବାନୀ ଜୁନିଅର।
ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଅନନ୍ତ ଶ୍ରୀମନ୍ଦିରକୁ ୨ କୋଟି ୫୧ ଲକ୍ଷ ଟଙ୍କା ଦାନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଏହି ଦାନ ରାଶି ଗ୍ରହଣ କରିଛନ୍ତି ।
No Respite From Scorching Heat As Met Predicts Temperature To Further Rise In Next Two Days
Next Articleସ୍ମୃତିର ଆଇନାରେ ଭାରତର ପ୍ରଥମ ସାଧାରଣ ନିର୍ବାଚନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
