ଭିନେଶଙ୍କ ସହ ତିନି ଭାରତୀୟ ରେସଲରଙ୍କୁ ଅଲିମ୍ପିକ୍ ଟିକେଟ୍
ନୂଆଦିଲ୍ଲୀ: ଭାରତୀୟ ରେସଲର ଭିନେଶ ଫୋଗାଟ୍ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତିି। ସେ ମହିଳା ୫୦ କିଲୋଗ୍ରାମ ବର୍ଗରେ ଅଲିମ୍ପିକ୍ କୋଟା ହାସଲ କରିଛନ୍ତି।ଏସୀୟ ଅଲିମ୍ପିକ୍ କ୍ୱାଲିଫାୟରର ସେମିଫାଇନାଲରେ ଜିତିବା ପରେ ଭିନେଶ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଥିଲେ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭିନେଶଙ୍କ ଯୋଗ୍ୟତା ସମ୍ପର୍କରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ସୂଚନା ଦେଇଛି। ଭିନେଶଙ୍କ ବ୍ୟତୀତ ଭାରତର ଆଉ [...]
ନୂଆଦିଲ୍ଲୀ: ଭାରତୀୟ ରେସଲର ଭିନେଶ ଫୋଗାଟ୍ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତିି। ସେ ମହିଳା ୫୦ କିଲୋଗ୍ରାମ ବର୍ଗରେ ଅଲିମ୍ପିକ୍ କୋଟା ହାସଲ କରିଛନ୍ତି।ଏସୀୟ ଅଲିମ୍ପିକ୍ କ୍ୱାଲିଫାୟରର ସେମିଫାଇନାଲରେ ଜିତିବା ପରେ ଭିନେଶ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଥିଲେ।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭିନେଶଙ୍କ ଯୋଗ୍ୟତା ସମ୍ପର୍କରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ସୂଚନା ଦେଇଛି।
ଭିନେଶଙ୍କ ବ୍ୟତୀତ ଭାରତର ଆଉ ଦୁଇଜଣ ମହିଳା କୁସ୍ତି ଖେଳାଳି ଅଂଶୁ ମଲିକ୍ ଏବଂ ରିତିକା ହୁଡା ମଧ୍ୟ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଛନ୍ତି। ଅଂଶୁ ମଲିକ ମହିଳା ୫୭ କିଲୋଗ୍ରାମ ବର୍ଗରେ କୋଟା ହାସଲ କରିଥିବା ବେଳେ ରିତିକା ୭୬ କିଲୋଗ୍ରାମ ବର୍ଗରେ ଅଲିମ୍ପିକ୍ ଟିକେଟ୍ ନିଶ୍ଚିତ କରିଛନ୍ତିି।
ଭିନେଶ ଭାରତୀୟ କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଆନ୍ଦୋଳନର ଅନ୍ୟତମ ପ୍ରମୁଖ ଚେହେରା ଥିଲେ । ମହିଳା କୁସ୍ତି ଖେଳାଳିଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ କରି ଭିନେଶଙ୍କ ସହ ସାକ୍ଷୀ ମଲିକ ଓ ବଜରଙ୍ଗ ପୁନିଆଙ୍କ ଭଳି ଷ୍ଟାର କୁସ୍ତିଯୋଦ୍ଧା ବ୍ରିଜ ଭୂଷଣଙ୍କୁ ଗିରଫ ଓ ହଟାଇବା ଦାବିରେ ଆନ୍ଦୋଳନ କରିଥିଲେ।
ମଣିପୁରର ୧୧ଟି ବୁଥରେ ହେବ ସାନି ମତଦାନ
Next Articleରାମଦେବଙ୍କୁ ସୁପ୍ରିମକୋର୍ଟରୁ ପୁଣି ଝଟକା, ଯୋଗ ଶିବିର ପାଇଁ ଦେବାକୁ ହେବ ସର୍ଭିସ୍ ଟ୍ୟାକ୍ସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
