ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ
ଭୁବନେଶ୍ୱର – ଓଡିଶାରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ । ଗତକାଲି ସୁଦ୍ଧା ୪ଟି ଲୋକସଭା ଆସନ ପାଇଁ ୨୩ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଳାହାଣ୍ଡି ଲୋକସଭା ଆସନ ପାଇଁ ୮, ପ୍ରାର୍ଥୀ, ନବରଙ୍ଗପୁର ପାଇଁ ୪ , ବ୍ରହ୍ମପୁର ପାଇଁ ୪ ଜଣ ଓ କୋରାପୁଟ ପାଇଁ ୭ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି [...]
ଭୁବନେଶ୍ୱର – ଓଡିଶାରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ । ଗତକାଲି ସୁଦ୍ଧା ୪ଟି ଲୋକସଭା ଆସନ ପାଇଁ ୨୩ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଳାହାଣ୍ଡି ଲୋକସଭା ଆସନ ପାଇଁ ୮, ପ୍ରାର୍ଥୀ, ନବରଙ୍ଗପୁର ପାଇଁ ୪ , ବ୍ରହ୍ମପୁର ପାଇଁ ୪ ଜଣ ଓ କୋରାପୁଟ ପାଇଁ ୭ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି । ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ହୋଇଥିବାରୁ ପ୍ରାର୍ଥୀ ସଂଖ୍ୟା ବଢିବା ସମ୍ଭାବନା ରହିଛି । ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଆସନ – ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଆସନ ଓ ଏସବୁ ସଂସଦୀୟ କ୍ଷେତ୍ର ଅଧିନରେ ଥିବା ବିଧାନସଭା ଆସନରେ ଆସନ୍ତା ମାସ ୧୩ ତାରିଖରେ ଭୋଟ୍ ଗ୍ରହଣ ହେବ ।
ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ଥିବା ବେଳେ ଆସନ୍ତାକାଲି ନାମାଙ୍କନ ଯାଞ୍ଚ ହେବ । ୨୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ମଇଦାନରେ କେତେ ପ୍ରାର୍ଥୀ ରହିବେ, ତାହା ସ୍ପଷ୍ଟ ହେବ ।
ଚୈତ୍ର ପୂର୍ଣ୍ଣିମାରେ ଶ୍ରୀ ଭୀମେଶ୍ବରଙ୍କ ଶ୍ରୀକ୍ଷେତ୍ର ବିଜେ
Next Articleପ୍ରକାଶ ପଇଲା ଏନଟିଏ ଜେଇଇ ସେସନ୍ -୨ ମେନ୍ ରେଜଲ୍ଟ , ଅନ୍ୱେଷ ଶୁଭମ ପ୍ରଧାନ ଓଡ଼ିଶା ଟପ୍ପର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
