ଆଉ ଏକ ପର୍ଯ୍ୟାୟ ଗ୍ରୀଷ୍ମ ଲହରୀର ପୂର୍ବାନୁମାନ: ଏପ୍ରିଲ ୨୭ ଓ ୨୮ରେ ଗମ୍ଭୀର ସ୍ଥିତି ନେଇ ଚେତାବନୀ
ଭୁବନେଶ୍ୱର – ଚଳିତ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ସ୍ଥିତି ଗମ୍ଭୀର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ୨୭ ଓ ୨୮ତାରିଖରେ ସ୍ଥିତି ଅସମ୍ଭାଳ ହେବା ନେଇ ଚେତାବନୀ ଜାରି କରାଯାଇଛି। କାଁ ଭାଁ ଅଞ୍ଚଳକୁ ଛାଡ଼ି ଦେଲେ ସାରା ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ସୃଷ୍ଟି ହେବ। ଦୁଇଦିନ କାଳବୈଶାଖୀ ଯୋଗୁଁ ରାଜ୍ୟର କିଛି କିଛି ସହରରେ ତାପମାତ୍ରା ସାମାନ୍ୟ ହ୍ରାସ [...]
ଭୁବନେଶ୍ୱର – ଚଳିତ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ସ୍ଥିତି ଗମ୍ଭୀର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ୨୭ ଓ ୨୮ତାରିଖରେ ସ୍ଥିତି ଅସମ୍ଭାଳ ହେବା ନେଇ ଚେତାବନୀ ଜାରି କରାଯାଇଛି। କାଁ ଭାଁ ଅଞ୍ଚଳକୁ ଛାଡ଼ି ଦେଲେ ସାରା ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ସୃଷ୍ଟି ହେବ। ଦୁଇଦିନ କାଳବୈଶାଖୀ ଯୋଗୁଁ ରାଜ୍ୟର କିଛି କିଛି ସହରରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । କିନ୍ତୁ ଆଉ ଏକ ପର୍ଯ୍ୟାୟ ଗ୍ରୀଷ୍ମ ପ୍ରବାହ ବିଷମ ସ୍ଥିତି ସୃଷ୍ଟି କରିବା ଆଶଙ୍କା ରହିଛି ।
ପାଣିପାଗ କେନ୍ଦ୍ର ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟକୁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଓ ଗରମ ବାୟୁ ପ୍ରବାହ ହେବ। ଏହାଦ୍ୱାରା ଆସନ୍ତା ୨-୩ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମ ଲହରୀ ଓ ୧୭ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି।
୨୬ ତାରିଖରୁ ଗ୍ରୀଷ୍ମ ପ୍ରବାହ ସ୍ଥିତି ଆହୁରି ବୃଦ୍ଧି ହେବା ସହ ପ୍ରବଳ ଖରା ଗରମ ଅନୁଭୂତ ହେବ। ଏହାକୁ ଦୃଷ୍ଟିରେ ରଖି ୨୬ରେ ୨୩ଟି ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ଜାରି କରାଯାଇଥିବା ବେଳେ ୪ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ୨୭ ଓ ୨୮ ତାରିଖ ପାଇଁ ଯେଉଁ ସତର୍କ ସୂଚନା ଜାରି କରାଯାଇଛି, ତାହା ଚିନ୍ତା ବଢ଼ାଇ ଦେଇଛି। କେବଳ କୋରାପୁଟକୁ ଛାଡିଦେଲେ ୨ ଦିନ ପାଇଁ ବାକି ୨୯ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାର ସ୍ଥିତି ସାଂଘାତିକ ହୋଇପାରେ ପାଣିପାଗ କେନ୍ଦ୍ର ଆଶଙ୍କା କରିବା ସହ ଏହି ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୫ ଡିଗ୍ରୀ ଟପି ଯାଇପାରେ ବୋଲି କେନ୍ଦ୍ର କହିଛି।
ପ୍ରକାଶ ପଇଲା ଏନଟିଏ ଜେଇଇ ସେସନ୍ -୨ ମେନ୍ ରେଜଲ୍ଟ , ଅନ୍ୱେଷ ଶୁଭମ ପ୍ରଧାନ ଓଡ଼ିଶା ଟପ୍ପର
Next Articleଆଜିଠୁ ସବୁ ସ୍କୁଲରେ ଆଗୁଆ ଖରାଛୁଟି ଆରମ୍ଭ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
