କୋରାପୁଟ ଜିଲ୍ଲାରେ ବିଜେଡି ନେତା ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର, କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ
କୋରାପୁଟ -ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଧୀରେ ଧୀରେ ସରଗରମ ହେଉଛି ନିର୍ବାଚନ ପ୍ରଚାର । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଭିନ୍ନ ଦଳର ତାରକା ପ୍ରଚାରକ । ଛାମୁଆ ନେତାମାନେ ନିଜ ନିଜର ଦଳର ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗୁଛନ୍ତି । ଆଜି ବିଜେଡି ନେତା ତଥା ଦଳର ଅନ୍ୟତମ ତାରକା ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ଏକାକୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। କୋରାପୁଟ ଜିଲ୍ଲା ଗସ୍ତରେ ଯାଇ ସେମିଳିଗୁଡ଼ାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି ପାଣ୍ଡିଆନ [...]
କୋରାପୁଟ -ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଧୀରେ ଧୀରେ ସରଗରମ ହେଉଛି ନିର୍ବାଚନ ପ୍ରଚାର । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଭିନ୍ନ ଦଳର ତାରକା ପ୍ରଚାରକ । ଛାମୁଆ ନେତାମାନେ ନିଜ ନିଜର ଦଳର ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗୁଛନ୍ତି । ଆଜି ବିଜେଡି ନେତା ତଥା ଦଳର ଅନ୍ୟତମ ତାରକା ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ଏକାକୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି।
କୋରାପୁଟ ଜିଲ୍ଲା ଗସ୍ତରେ ଯାଇ ସେମିଳିଗୁଡ଼ାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ବାସ କରନ୍ତି ବୋଲି ପାଣ୍ଡିଆନ କହିଛନ୍ତି। ନାଁ ନନେଇ ସେ କେନ୍ଦ୍ରମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି ପାଣ୍ଡିଆନ । ସେ କହିଛନ୍ତି ଯେ, ଜଣେ କେନ୍ଦ୍ରମନ୍ତ୍ରୀ ବିଏସକେୱ।ଇକୁ ଖରାପ କହୁଛନ୍ତି । ତାଙ୍କ ପରିଚୟ କେବଳ କଥା, କାମ ନୁହେଁ ବୋଲି କେନ୍ଦ୍ରମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି ପାଣ୍ଡିଆନ । ଗରିବ ଲୋକ ବଡ଼ ହସ୍ପିଟାଲ ଯାଇ ଚିକିତ୍ସିତ ହୋଇପାରୁଛି ।ଗରିବ ଲୋକଙ୍କୁ ଏ ସାହାସ ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ମିଳିଛି । ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ନବୀନଙ୍କ ଯୁଗାନ୍ତକାରୀ ପଦକ୍ଷେପ ବୋଲି ପାଣ୍ଡିଆନ ନିର୍ବାଚନୀ ସଭାରେ କହିଛନ୍ତି।
ଆସନ୍ତା ୨୪ ଘଣ୍ଟାରେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରଖର ଗ୍ରୀଷ୍ମ ପ୍ରବାହ ସ୍ଥିତି
Next Articleକେଜ୍ରିୱାଲ ଆବେଦନକୁ ଇଡିର ବିରୋଧ, ଗିରଫଦାରିକୁ ଯଥାର୍ଥ କହିଲା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
