ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଅସହ୍ୟ ଗ୍ରୀଷ୍ମ ପ୍ରବାହ : ୨୨ ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ, ୪୩.୮ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ୩୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି। ୨୨ଟି ସହରର ଦିନ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ କିମ୍ବା ଅଧିକ ରେକର୍ଡ କରାଯାଇଛି। ଆଜି ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଏଠାରେ ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ୪୩ ଦଶମିକ ୮ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । [...]

Admin•ଅପ୍ରେଲ 25, 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ୩୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି। ୨୨ଟି ସହରର ଦିନ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ କିମ୍ବା ଅଧିକ ରେକର୍ଡ କରାଯାଇଛି।

ଆଜି ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଏଠାରେ ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ୪୩ ଦଶମିକ ୮ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ୪୩.୬ ଡିଗ୍ରୀ ସେଲସିୟସ ସହ ବାରିପଦା ରାଜ୍ୟର ଦ୍ୱିତୀୟ ଉତ୍ତପ୍ତ ସହର ହୋଇଛି । ଝାରସୁଗୁଡା ଓ ବାରିପଦା ସମେତ ନୂଆପଡା, ତାଳଚେର ଓ ବୋୖଦ୍ଧରେ ଦିନ ତାପମାତ୍ରା ୪୩ ଡେଇଁଛି । କେନ୍ଦ୍ରାପଡା, କଟକ ଓ ବଲାଙ୍ଗୀରରେ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଆଜି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୨ ଦଶମିକ ୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ରାଜ୍ୟରେ ଏପ୍ରିଲ ୨୮ ତାରିଖ ଯାଏଁ ପ୍ରଖର ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

#Odia#Odisha#News
Share Article:

Related Articles