ହିଞ୍ଜିଳି ଆସନ ପାଇଁ ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ, ମା’ ତାରାତାରିଣୀଙ୍କ ନେବେ ଆଶୀର୍ବାଦ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ହିଞ୍ଜିଳି ବିଧାନସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ । ଷଷ୍ଠ ଥର ପାଇଁ ଏହି ଆସନରୁ ପ୍ରାର୍ଥୀ ହେବେ ବିଜେଡି ସୁପ୍ରିମୋ। ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ ତାରାତାରିଣୀଙ୍କ ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ତାରାତାରିଣୀ ମନ୍ଦିର ନିକଟସ୍ଥ ଅସ୍ଥାୟୀ ହେଲିପ୍ୟାଡରେ ଆସନ୍ତାକାଲି ସକାଳ ୧୧ଟା ବେଳେ ଅବତରଣ କରିବେ ମୁଖ୍ୟମନ୍ତ୍ରୀ। ୧୧ଟା ୧୫ ମିନିଟ ସୁଦ୍ଧା ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ହିଞ୍ଜିଳି ବିଧାନସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ । ଷଷ୍ଠ ଥର ପାଇଁ ଏହି ଆସନରୁ ପ୍ରାର୍ଥୀ ହେବେ ବିଜେଡି ସୁପ୍ରିମୋ।
ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ ତାରାତାରିଣୀଙ୍କ ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ତାରାତାରିଣୀ ମନ୍ଦିର ନିକଟସ୍ଥ ଅସ୍ଥାୟୀ ହେଲିପ୍ୟାଡରେ ଆସନ୍ତାକାଲି ସକାଳ ୧୧ଟା ବେଳେ ଅବତରଣ କରିବେ ମୁଖ୍ୟମନ୍ତ୍ରୀ। ୧୧ଟା ୧୫ ମିନିଟ ସୁଦ୍ଧା ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ପହଞ୍ଚି ମା’ଙ୍କ ଦର୍ଶନ କରିବେ । ସେଠାରୁ ହେଲିକପ୍ଟରରେ ଆସି ଛତ୍ରପୁର ଅନସ୍ଲୋ ଖେଳପଡିଆରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରି ମୁଖ୍ୟମନ୍ତ୍ରୀ ସର୍କିଟ ହାଉସକୁ ଯିବେ । ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟା ୩୫ ମିନିଟରେ ପ୍ରାର୍ଥିପତ୍ର ଦାଖଲ କରିବେ। ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ। ପୂର୍ବରୁ ଚଳିତ ମାସ ୨୪ ତାରିଖରେ ସେ ହିଞ୍ଜିଳିରୁ ବିଜେଡି ପାଇଁ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିବା ସହ ହିଞ୍ଜିଳି ଓ ଶେରଗଡରେ ଜନସଭାକୁ ସମ୍ବୋଧିତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଗଞ୍ଜାମ ଜିଲ୍ଲା ବିଜେଡି କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି ।
Odisha: 32 Places Record above 40°C, Baripada Hottest Place with 44.8°C
Next ArticleElections 2024: Odisha DGP Reviews Law & Order Situation in Nuapada
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
