ଛତ୍ରପୁରର ଶତାଧିକ ବିଜେପି ନେତା ଓ କର୍ମୀଙ୍କ ବିଜେଡିରେ ଯୋଗଦାନ
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ନେତା ଓ କର୍ମୀ ଏବେ ବିଜେଡିରେ ଯୋଗ ଦେଇଛନ୍ତି। ମଙ୍ଗଳବାର ନାମାଙ୍କନ ଦାଖଲ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଛତ୍ରପୁର ଗସ୍ତ ଓ ବୁଧବାର ୫ଟି ଅଧ୍ୟକ୍ଷ ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଛତ୍ରପୁରରେ ଜନସମାବେଶ ପୂର୍ବରୁ ଏହି ଘଟଣା ବିଜେଡିର ଶକ୍ତି ଓ ସମ୍ବଳକୁ ଅଧିକ ବୃଦ୍ଧି ଓ ବ୍ୟାପକ କରିଛି। ରାଜ୍ୟ ସଭା ସାଂସଦ ଡ. ସସ୍ମିତ ପାତ୍ର, ରାଜ୍ୟ [...]
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ନେତା ଓ କର୍ମୀ ଏବେ ବିଜେଡିରେ ଯୋଗ ଦେଇଛନ୍ତି। ମଙ୍ଗଳବାର ନାମାଙ୍କନ ଦାଖଲ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଛତ୍ରପୁର ଗସ୍ତ ଓ ବୁଧବାର ୫ଟି ଅଧ୍ୟକ୍ଷ ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଛତ୍ରପୁରରେ ଜନସମାବେଶ ପୂର୍ବରୁ ଏହି ଘଟଣା ବିଜେଡିର ଶକ୍ତି ଓ ସମ୍ବଳକୁ ଅଧିକ ବୃଦ୍ଧି ଓ ବ୍ୟାପକ କରିଛି। ରାଜ୍ୟ ସଭା ସାଂସଦ ଡ. ସସ୍ମିତ ପାତ୍ର, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ଉପସ୍ଥିତିରେ ଏହି ନେତା ଓ କର୍ମୀମାନେ ପଦ୍ମ ଦଳକୁ ଛାଡ଼ି ବିଜେଡି ସଦସ୍ୟତା ଗ୍ରହଣ କରିଛନ୍ତି। ସେମାନଙ୍କୁ ବିଜେଡିର ଉଭୟ ବରିଷ୍ଠ ନେତା ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।
ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ଶତାଧିକ ନେତା ଓ କର୍ମୀ ବିଜେଡିରେ ମିଶିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଥିବା କହିଛନ୍ତି ଉପରୋକ୍ତ ନେତା ଓ କର୍ମୀ। ସେପଟେ ଏହାଦ୍ୱାରା ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଙ୍ଗଠନ ଆହୁରି ମଜବୁତ ହେବ ବୋଲି ଡ. ପାତ୍ର ଓ ଶ୍ରୀ ମହାପାତ୍ର ପ୍ରକାଶ କରିଛନ୍ତି।
Pranab Prakash Das To File Nomination From Sambalpur Today
Next Articleମାନିଲା ଆଷ୍ଟ୍ରାଜେନେକା, ‘କୋଭିସିଲ୍ଡ’ ଟିକା ଦ୍ବାରା ଶରୀରରେ ରକ୍ତ ଜମାଟ ବାନ୍ଧିପାରେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
