ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସିବେ ଅମିତ ଶାହା ଓ ରାହୁଲ ଗାନ୍ଧି
ଭୁବନେଶ୍ୱର – ଓଡ଼ିଶାରେ ଆଜି ଜମିବ ନିର୍ବାଚନ ପ୍ରଚାର। ହାଇଭୋଲଟେଜ କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପି ଓ କଂଗ୍ରେସର ଟାଣୁଆ ନେତା । ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ଓଡ଼ିଶା ଆସୁଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଆସ୍କା ସଂଦୀୟ କ୍ଷେତ୍ରର ସୋରଡାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହା ପରେ ସନ୍ଧ୍ୟା [...]
ଭୁବନେଶ୍ୱର – ଓଡ଼ିଶାରେ ଆଜି ଜମିବ ନିର୍ବାଚନ ପ୍ରଚାର। ହାଇଭୋଲଟେଜ କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପି ଓ କଂଗ୍ରେସର ଟାଣୁଆ ନେତା । ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ଓଡ଼ିଶା ଆସୁଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଆସ୍କା ସଂଦୀୟ କ୍ଷେତ୍ରର ସୋରଡାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହା ପରେ ସନ୍ଧ୍ୟା ୫ଟାରେ କଟକରେ ରୋଡ-ଶୋ କରିବେ ଅମିତ ଶାହା । ବିଜେପି ସଭାପତି ଜେ.ପି ନଡ୍ଡା ଆଜି ଭୁବନେଶ୍ୱରରେ ଦଳୀୟ କର୍ମଶାଳାରେ ଯୋଗଦେବେ। ନଡ୍ଡା ଆସନ୍ତାକାଲି ବରଗଡ ଜିଲା ପଦ୍ମପୁର ଏବଂ ସୁନ୍ଦରରଗଡଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ।
କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ଓଡ଼ିଶା ଗସ୍ତରେ ଆସି ବଲାଙ୍ଗିର ଜିଲାରେ ବାଇକ ରାଲି କରିବା ସହିତ ଜନସାଧାରଣଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ରାହୁଲ କଂଗ୍ରେସ ସାଂସଦ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ରାହୁଲ ବିମାନରେ ଦିଲ୍ଲୀରୁ ସିଧା ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚି ସେଠାରୁ ହେଲିକପ୍ଟର ଯୋଗେ ବଲାଙ୍ଗିର ଯାଇ ପୂର୍ବାହ୍ନ ସାଢେ ୧୧ଟାରେ ଜନସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ରାହୁଲଙ୍କ ଗସ୍ତକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ସୂଚନାଯୋଗ୍ୟ, ରାହୁଲ ଏପ୍ରିଲ ୨୮ରେ ସାଲେପୁର ଆସି ନିର୍ବାଚନ ପ୍ରଚାର କରିଥିଲେ। ମେ’ ୩ରେ ମଧ୍ୟ ସେ ରାୟଗଡ଼ା ଆସିବାର ଥିଲା ।କିନ୍ତୁ ରାଏବରେଲିରେ ରାହୁଲ ନାମାଙ୍କନପତ୍ର ଭରିବାରୁ ତାଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲ୍ଲାକାଙ୍କ ଦେହାନ୍ତ
Next Articleଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ, ଆଜି ଯାଞ୍ଚ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
