କଳିଙ୍ଗରେ ସ୍ୱର୍ଣ୍ଣ ଜିତିଲେ ନୀରଜ ଚୋପ୍ରା, ନିରାଶ କଲେ କିଶୋର ଜେନା
ଭୁବନେଶ୍ୱର -ତିନିବର୍ଷ ପରେ ଭାରତରେ ଏକ ଆଥଲେଟିକ୍ସ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଜାଭେଲିନ ତାରକା ନୀରଜ ଚୋପ୍ରା। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆଜି ୨୭ତମ ଜାତୀୟ ସିନିୟର ଫେଡେରେସନ କପ୍ ଆଥଲେଟିକ୍ସ ଚାମ୍ପିଅନସିପରେ ଅଲିମ୍ପିକ ଓ ଏସିଆନ ଗେମ୍ସ ଚାମ୍ପିଅନ ନୀରଜ ଚୋପ୍ରା ଜାଭେଲିନ ସ୍ୱର୍ଣ୍ଣ ଜିତିଛନ୍ତି। ନୀରଜ ୮୨ ଦଶମିକ ୨୭ ମିଟର ଦୂରତାକୁ ଜାଭେଲିନ ଫିଙ୍ଗିଥିଲେ, ଯାହା କି ପ୍ରଥମ ସ୍ଥାନ ହାସଲ ପାଇଁ ଯଥେଷ୍ଟ ଥିଲା । [...]
ଭୁବନେଶ୍ୱର -ତିନିବର୍ଷ ପରେ ଭାରତରେ ଏକ ଆଥଲେଟିକ୍ସ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଜାଭେଲିନ ତାରକା ନୀରଜ ଚୋପ୍ରା। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆଜି ୨୭ତମ ଜାତୀୟ ସିନିୟର ଫେଡେରେସନ କପ୍ ଆଥଲେଟିକ୍ସ ଚାମ୍ପିଅନସିପରେ ଅଲିମ୍ପିକ ଓ ଏସିଆନ ଗେମ୍ସ ଚାମ୍ପିଅନ ନୀରଜ ଚୋପ୍ରା ଜାଭେଲିନ ସ୍ୱର୍ଣ୍ଣ ଜିତିଛନ୍ତି। ନୀରଜ ୮୨ ଦଶମିକ ୨୭ ମିଟର ଦୂରତାକୁ ଜାଭେଲିନ ଫିଙ୍ଗିଥିଲେ, ଯାହା କି ପ୍ରଥମ ସ୍ଥାନ ହାସଲ ପାଇଁ ଯଥେଷ୍ଟ ଥିଲା । ଓଡ଼ିଶା ତାରକା କିଶୋର ଜେନା କିନ୍ତୁ ନିରାଶ କରିଛନ୍ତି । ପ୍ରଥମ ତିନିଜଣଙ୍କ ମଧ୍ୟରେ ସ୍ଥାନ ପାଇବାରେ ବିଫଳ ହୋଇଛନ୍ତି କିଶୋର । ଡି.ପି ମନୁ ୮୨ ଦଶମିକ ୬ ମିଟର ଥ୍ରୋ ସହ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଉତ୍ତମ ପାଟିଲ ୭୮ ଦଶମିକ ୩୯ ମିଟର ସହ ତୃତୀୟ ସ୍ଥାନ ହାସଲ କରିଛନ୍ତି।
ଛେଣ୍ଡିପଦାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : ବିଜେପିକୁ ଶାଣିତ ଆକ୍ରମଣ, ଭଲ ଦିନର ପ୍ରତିଶ୍ରୁତି କୁଆଡେ ଗଲା ବୋଲି ପ୍ରଶ୍ନ
Next Articleଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର, ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ ପ୍ରସଙ୍ଗରେ ସାଂସଦ ଓ କେନ୍ଦ୍ରମନ୍ତ୍ରୀଙ୍କୁ କଡା ସମାଲୋଚନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
