କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ଦୁଇ ଟ୍ରକ୍ ମଧ୍ୟରେ ଚାପି ହୋଇଗଲା କାର୍, ୬ ମୃତ
କେନ୍ଦୁଝର – କେନ୍ଦୁଝରରେ ସିରିଜ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅର୍ନ୍ତଗତ ରିମୁଳି ଜାତୀୟ ରାଜପଥ ୫୨୦ ନିକଟରେ ଆଜି ରାତି ପ୍ରାୟ ୯ଟାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁଇ ଟ୍ରକ ମଝିରେ ଏକ କାର ଚାପି ହୋଇଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ପ୍ରଥମେ କାର ଏକ ଟ୍ରକ ସହ ପଛରୁ ବାଡ଼େଇ ହୋଇଥିଲା । ପରେ ଆଉ ଏକ ଟ୍ରକ୍ କାରକୁ ପଛରୁ ଧକ୍କା [...]
କେନ୍ଦୁଝର – କେନ୍ଦୁଝରରେ ସିରିଜ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅର୍ନ୍ତଗତ ରିମୁଳି ଜାତୀୟ ରାଜପଥ ୫୨୦ ନିକଟରେ ଆଜି ରାତି ପ୍ରାୟ ୯ଟାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁଇ ଟ୍ରକ ମଝିରେ ଏକ କାର ଚାପି ହୋଇଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ପ୍ରଥମେ କାର ଏକ ଟ୍ରକ ସହ ପଛରୁ ବାଡ଼େଇ ହୋଇଥିଲା । ପରେ ଆଉ ଏକ ଟ୍ରକ୍ କାରକୁ ପଛରୁ ଧକ୍କା ଦେଇଥିଲା । କାରରେ ଥିବା ସମସ୍ତ ୬ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। କାର୍ରେ ଭଦ୍ରାସାହି ଅଞ୍ଚଳରୁ ହୀରାଲାଲ ପଲେଇ ନିଜ ପରିବାର ସହ ଯାଉଥିଲେ ।
ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର, ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ ପ୍ରସଙ୍ଗରେ ସାଂସଦ ଓ କେନ୍ଦ୍ରମନ୍ତ୍ରୀଙ୍କୁ କଡା ସମାଲୋଚନା
Next Articleବ୍ରଜରାଜନଗର ରେ ବିଜେପିକୁ ବଡ ଝଟକା ଶଙ୍ଖ ଧରିଲେ ପୂର୍ବତନ ବିଧାୟିକା ରାଧାରାଣୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
