ଭୁବନେଶ୍ୱରରେ ଆଜି ନବୀନଙ୍କ ମେଗା ରୋଡ୍ ଶୋ’
ଭୁବନେଶ୍ବର – ଆଜି ସଂଧ୍ୟାରେ ଭୁବନେଶ୍ୱରରେ ମେଗା ରୋଡ୍ ଶୋ’ କରି ନିର୍ବାଚନ ପ୍ରଚାର କରିବେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟା ସାଢ଼େ ୬ ଟାରେ ୟୁନିଟ୍-୬ରୁ ଆରମ୍ଭ ହେବ ନବୀନଙ୍କ ରୋଡ୍ ଶୋ’ । ରୋଡ୍ ଶୋ’ ପରେ କଳିଙ୍ଗ ଷ୍ଟାଡିୟମରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ୟୁନିଟ-୬, ଗଙ୍ଗନଗର ଛକ ଠାରୁ ଏଲ୍ଆଇସି ଅଫିସ ଛକ, ଗୋପବନ୍ଧୁ ଛକ, ଓୟୁଏଟି ଗେଷ୍ଟ୍ ହାଉସ୍ ଛକ, ୟୁନିଟ-୮ ଡିଏଭି ସ୍କୁଲ ଛକ, [...]
ଭୁବନେଶ୍ବର – ଆଜି ସଂଧ୍ୟାରେ ଭୁବନେଶ୍ୱରରେ ମେଗା ରୋଡ୍ ଶୋ’ କରି ନିର୍ବାଚନ ପ୍ରଚାର କରିବେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟା ସାଢ଼େ ୬ ଟାରେ ୟୁନିଟ୍-୬ରୁ ଆରମ୍ଭ ହେବ ନବୀନଙ୍କ ରୋଡ୍ ଶୋ’ । ରୋଡ୍ ଶୋ’ ପରେ କଳିଙ୍ଗ ଷ୍ଟାଡିୟମରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ ୟୁନିଟ-୬, ଗଙ୍ଗନଗର ଛକ ଠାରୁ ଏଲ୍ଆଇସି ଅଫିସ ଛକ, ଗୋପବନ୍ଧୁ ଛକ, ଓୟୁଏଟି ଗେଷ୍ଟ୍ ହାଉସ୍ ଛକ, ୟୁନିଟ-୮ ଡିଏଭି ସ୍କୁଲ ଛକ, ଏଚ୍ଡିଏଫ୍ସି ବ୍ୟାଙ୍କ ଛକ, ବାଲୁକେଶ୍ବର ମନ୍ଦିର ଛକ, ମମତାଜ ଅଲ୍ଲି ସ୍କୁଲ, ଶ୍ରୀକୃଷ୍ଣ କ୍ଲବ, ବେହେରା ସାହି ଛକ, ନିକୋ ପାର୍କ ଛକ, ବାୟାବାବା ମଠ, ରୁପାଲୀ ଛକ, ରାମମନ୍ଦିର ଛକ, ଶ୍ରୀୟା ଛକ, ମାଷ୍ଟର କ୍ୟାଣ୍ଟିନ ଦେଇ ଶିଶୁ ଭବନ ଛକ ପର୍ଯ୍ୟନ୍ତ ରୋଡ୍ ଶୋ’ ଯିବ। ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ରେ ବିଜେଡିର ବରିଷ୍ଠ ନେତାଙ୍କ ସମେତ ଭୁବନେଶ୍ୱର ଲୋକସଭା ଆସନ ଓ ବିଧାନସଭା ଆସନର ଦଳୀୟ ପ୍ରାର୍ଥୀମାନେ ବି ସାମିଲ ହେବେ ।
ରୋଡ୍ ଶୋ’ ଦୃଷ୍ଟିରୁ ଓଡିଶା ଅର୍ବାନ୍ ପୁଲିସ ଆକ୍ଟ ୨୦୦୩ ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ ଧାରା ୮) ଏବଂ ପୁଲିସ କମିସନରେଟ ଭୁବନେଶ୍ୱର କଟକ ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ୨୦୦୮ ଧାରା ୩୬ ଅନୁସାରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି।
ବ୍ରଜରାଜନଗର ରେ ବିଜେପିକୁ ବଡ ଝଟକା ଶଙ୍ଖ ଧରିଲେ ପୂର୍ବତନ ବିଧାୟିକା ରାଧାରାଣୀ
Next Articleପୋଷ୍ଟର ମାରିବାକୁ କେନ୍ଦ୍ର କରି ରାଜନୈତିକ ସଂଘର୍ଷ, ୧ ମୃତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
