ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଦୃଶ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଆଜି ଅବପାତରେ ପରିଣତ ହୋଇଛି। ଗତକାଲିର ସୁଦୃଶ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଗୋଟିଏ ବାତ୍ୟା ତଥା ସନ୍ଧ୍ୟା ସୁଦ୍ଧା ଏକ ଭୀଷଣ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି। ସମ୍ଭାବ୍ୟ ବାତ୍ୟାର [...]

Admin•ମଇ 24, 2024
Share Article:

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଦୃଶ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଆଜି ଅବପାତରେ ପରିଣତ ହୋଇଛି। ଗତକାଲିର ସୁଦୃଶ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଗୋଟିଏ ବାତ୍ୟା ତଥା ସନ୍ଧ୍ୟା ସୁଦ୍ଧା ଏକ ଭୀଷଣ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି। ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ୨୬ ତାରିଖ ମଧ୍ୟ ରାତ୍ରିରେ ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ସମ୍ଭାବ୍ୟ ଭୀଷଣ ବାତ୍ୟା । ଭୀଷଣବାତ୍ୟା ଭାବେ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳକୁ ୨୬ ତାରିଖ ମଧ୍ୟରାତ୍ର ସୁଦ୍ଧା ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟ ଦେଇ ଉପକୂଳ ଅତିକ୍ରମ କରିବା ସମ୍ଭାବନା l

#Odia#Odisha#News
Share Article:

Related Articles