ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ସଜାଗ ରୁହନ୍ତୁ: ଗଜପତି ଜିଲ୍ଲା ପ୍ରଶାସନ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଏହାର ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ଏକ ଜରୁୀକାଳୀନ ବୈଠକ ଶୁକ୍ରବାର ହୋଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଯଦିଓ ମୈ।ସୁମୀ ପ୍ରବାହ କେରଳ ରାଜ୍ୟ ଛୁଇଁଛି ଓ ଆଉ ପ୍ରାୟ ଦୁଇ ସପ୍ତାହ ପରେ ଓଡ଼ିଶାରେ ପ୍ରବେଶ କରିବା ଆକଳନ କରିଛି ପାଣିପାଗ ବିଭାଗ। ତଥାପି ଆଉ କିଛି ଦିନ ପ୍ରଚଣ୍ଡ ଗ୍ରୀଷ୍ମ [...]
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଏହାର ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ଏକ ଜରୁୀକାଳୀନ ବୈଠକ ଶୁକ୍ରବାର ହୋଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଯଦିଓ ମୈ।ସୁମୀ ପ୍ରବାହ କେରଳ ରାଜ୍ୟ ଛୁଇଁଛି ଓ ଆଉ ପ୍ରାୟ ଦୁଇ ସପ୍ତାହ ପରେ ଓଡ଼ିଶାରେ ପ୍ରବେଶ କରିବା ଆକଳନ କରିଛି ପାଣିପାଗ ବିଭାଗ। ତଥାପି ଆଉ କିଛି ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ସମସ୍ତ ଜନସାଧାରଣ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅଂଶୁଘାତ ନିୟନ୍ତ୍ରଣ ପାଇଁ ପ୍ରସ୍ତୁତି ବିଷୟରେ ଜିଲ୍ଲାର ସମସ୍ତ ଲାଇନ୍ ବିଭାଗ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ଜିଲ୍ଲାପାଳ। ପ୍ରବଳ ଗ୍ରୀଷ୍ମ ପ୍ରବାହ ହେତୁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ତେଣୁ ସ୍ୱାସ୍ଥ୍ୟ ବିଭାଗକୁ ଯଥେଷ୍ଟ ପରିମାଣର ଓଆରଏସ୍ ଦ୍ରବଣ ଓ ଔଷଧ ମହଜୁଦ ରଖିବାକୁ କୁହାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ ଗୁଡିକରେ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ ଖୋଲାଯାଇଛି। ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ଆଶୁ ଚିକିତ୍ସା ବ୍ୟବସ୍ଥାକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି।
ସମସ୍ତ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ଛକ ଜାଗାରେ ଜଳଛତ୍ର ଖୋଲାଯାଇ ପ୍ରଚୁର ପାଣି ରଖିବାକୁ ନିର୍ଦ୍ଦେଶ ହୋଇଛି। ସବୁ ଆଶା ଓ ଅଙ୍ଗନବାଡ଼ି କର୍ମୀ ନିଜ ନିଜ ଅଞ୍ଚଳରେ ଜନସାଧାରଣଙ୍କୁ ଗ୍ରୀଷ୍ମ ପ୍ରବାହ ସମ୍ପର୍କିତ ସଚେତନତା କରିବେ। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟାଣ ଖରା ରହୁଥିବାରୁ ସେହି ସମୟ ମଧ୍ୟରେ ଘରୁ ନ ବାହାରିବା ଓ କଠିନ ପରିଶ୍ରମ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାତାୟତ ସମୟରେ ସମସ୍ତ ବସରେ ଓଆରଏସ୍ ପ୍ୟାକେଟ୍ ସହିତ ପାଣି ବୋତଲ ରଖିବା ପାଇଁ ତାଗିଦ୍ କରାଯାଇଛି। ଜରୁରୀ କାମରେ ଘରୁ ବାହାରିଲେ କଳା ଚଷମା, ଚପଲ, ଛତା, ଓଦା ଗାମୁଛା, ପାଣି ବୋତଲ ବ୍ଯବହାର କରିବାକୁ ଉପଦେଶ ଜାରି କରାଯାଇଛି। ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ର ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ହିଁ ଖୋଲା ରହିବ। ପାନୀୟ ଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ୍ ବିଭ୍ରାଟ ଯେପରି ନ ଘଟେ, ପଶୁ ପକ୍ଷୀଙ୍କ ଯତ୍ନ ନେବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଗୃହପାଳିତ ପଶୁଙ୍କ ସୁରକ୍ଷା ଇତ୍ୟାଦି ପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଦୀପ କୁମାର ପାତ୍ର, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଧର୍ମେନ୍ଦ୍ର ମହାନ୍ତି, ଜିଲ୍ଲା ଶିକ୍ଷାଧିକାରୀ ଡ. ମାୟାଧର ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜଗନ୍ନାଥ ପାଢ଼ୀ, ଜିଲ୍ଲାର ସମସ୍ତ ତହସିଲଦାର, ବିଡିଓ ଆଭାସୀ ମାଧ୍ୟମରେ ଯୋଡି ହୋଇଥିଲେ।
ଯୌନ ନିର୍ଯାତନା ମାମଲା: ପ୍ରଜ୍ବଳ ରେଭନ୍ନାଙ୍କୁ ୬ ଦିନିଆ ପୋଲିସ ରିମାଣ୍ଡ
Next Articleଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ : ୬ ଲୋକସଭା, ୪୨ ବିଧାନସଭା ଆସନରେ କାଲି ଭୋଟ୍, ୪୬୦ ପ୍ରାର୍ଥୀ ଓ ୯୯ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
