ଆଜି ରାଜ୍ୟରେ ନୂଆ ସରକାର, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ
ଭୁବନେଶ୍ୱର – ଆଜି ରାଜ୍ୟରେ ଶପଥ ନେବ ବିଜେପି ସରକାର। ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଆଜି ଶପଥ ଗ୍ରହଣ କରିବେ । ଆଜି ଅପରାହ୍ନ ୪ଟା ୫୫ ମିନିଟରେ ଭୁବନେଶ୍ୱରର ଜନତା ମଇଦାନରେ ହେବ ଶପଥ ଗ୍ରହଣ ସମାରୋହ । ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଉପ ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ [...]
ଭୁବନେଶ୍ୱର – ଆଜି ରାଜ୍ୟରେ ଶପଥ ନେବ ବିଜେପି ସରକାର। ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଆଜି ଶପଥ ଗ୍ରହଣ କରିବେ । ଆଜି ଅପରାହ୍ନ ୪ଟା ୫୫ ମିନିଟରେ ଭୁବନେଶ୍ୱରର ଜନତା ମଇଦାନରେ ହେବ ଶପଥ ଗ୍ରହଣ ସମାରୋହ । ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଉପ ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେବେ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ । ଶପଥ ଗ୍ରହଣ ସମାରୋହ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ବିଧାନସଭା ନିର୍ବାଚନରେ ୭୮ଟି ଆସନ ଜିଣି ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିଥିଲା । ହେଲେ ମୁଖ୍ୟମନ୍ତ୍ରୀ ଚୟନ ବିଳମ୍ବିତ ହୋଇଥିଲା । ଗତକାଲି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ସିଂହ ଭୁବନେଶ୍ୱର ଆସି ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକରେ ଯୋଗ ଦେଇଥିଲେ। ବୈଠକ ପରେ ରାଜନାଥ ସିଂହ ମୋହନ ମାଝୀ ସର୍ବସମ୍ମତିକ୍ରମେ ନେତା ନିର୍ବାଚିତ ହୋଇଥିବା ଘୋଷଣା କରିଥିଲେ । ଏଥିସହ ଉପ ମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ନାମ ଘୋଷଣା କରିଥିଲେ ରାଜନାଥ। ପରେ ମୋହନ ମାଝୀ ରାଜଭବନ ଯାଇ ସରକାର ଗଠନ ପାଇଁ ରାଜ୍ୟପାଳଙ୍କଠାରେ ବିଧିବଦ୍ଧ ଦାବି ଉପସ୍ଥାପନ କରିଥିଲେ ।
ଶ୍ରୀକ୍ଷେତ୍ରେରେ ପଞ୍ଚ ମହାଦେବଙ୍କ ଶୀତଳ ଷଷ୍ଠୀ ଯାତ୍ରା
Next ArticleMohan Majhi Govt’s First Cabinet Meeting to be Held Today Evening
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
