ଟି-୨୦ ବିଶ୍ୱକପ: ଭାରତ-କାନାଡ଼ା ମ୍ୟାଚ୍ ବାତିଲ
ଲାଉଡରହିଲ୍ (ଆମେରିକା): ଭାରତ ଏବଂ କାନାଡା ମଧ୍ୟରେ ଟି-୨୦ ବିଶ୍ୱକପର ଗ୍ରୁପ୍ ଏ’ ମ୍ୟାଚ୍ ଶନିବାର ଓଦା ଆଉଟଫିଲ୍ଡ କାରଣରୁ ଗୋଟିଏ ବି ବଲ୍ ପଡ଼ିବା ବିନା ବାତିଲ ହୋଇଯାଇଛି । ଏହା ଭାରତର ଶେଷ ଗ୍ରୁପ୍ ମ୍ୟାଚ୍ ଥିଲା । ପ୍ରଥମ ତିନୋଟି ମ୍ୟାଚ୍ ଜିତିଥିବା ଟିମ୍ ଇଣ୍ଡିଆ ପୂର୍ବରୁ ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିଲା | ଭାରତ ବ୍ୟତୀତ ଗ୍ରୁପ୍ ଏ’ରୁ ଆମେରିକା ସୁପର ୮ରେ ପହଞ୍ଚିଛି । ଭାରତୀୟ ଦଳ [...]
ଲାଉଡରହିଲ୍ (ଆମେରିକା): ଭାରତ ଏବଂ କାନାଡା ମଧ୍ୟରେ ଟି-୨୦ ବିଶ୍ୱକପର ଗ୍ରୁପ୍ ଏ’ ମ୍ୟାଚ୍ ଶନିବାର ଓଦା ଆଉଟଫିଲ୍ଡ କାରଣରୁ ଗୋଟିଏ ବି ବଲ୍ ପଡ଼ିବା ବିନା ବାତିଲ ହୋଇଯାଇଛି ।
ଏହା ଭାରତର ଶେଷ ଗ୍ରୁପ୍ ମ୍ୟାଚ୍ ଥିଲା । ପ୍ରଥମ ତିନୋଟି ମ୍ୟାଚ୍ ଜିତିଥିବା ଟିମ୍ ଇଣ୍ଡିଆ ପୂର୍ବରୁ ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିଲା | ଭାରତ ବ୍ୟତୀତ ଗ୍ରୁପ୍ ଏ’ରୁ ଆମେରିକା ସୁପର ୮ରେ ପହଞ୍ଚିଛି । ଭାରତୀୟ ଦଳ ଜୁନ୍ ୨୦ରେ ସୁପର ୮ରେ ଆଫଗାନିସ୍ତାନକୁ ଭେଟିବ। ଅନ୍ୟପକ୍ଷରେ କାନାଡ଼ା ଦଳ ଟୁର୍ଣ୍ଣାମେଣ୍ଟରୁ ବାହାର ହୋଇଯାଇଛି ।
ଭାରତ ଓ କାନାଡ଼ା ମଧ୍ୟରେ ମ୍ୟାଚ୍ ପାଇଁ ସ୍ଥାନୀୟ ସମୟ ସକାଳ ୧୦ ଟାରେ (ଭାରତୀୟ ସମୟ ସନ୍ଧ୍ୟା ୭:୩୦)ରେ ଟସ୍ ପଡ଼ିବାର ଥିଲା । କିନ୍ତୁ ଗତକାଲି ରାତିରେ ବର୍ଷା ଓ ମେଘୁଆ ପାଗ ଯୋଗୁଁ ଆଉଟ୍ ଫିଲ୍ମ ଓଦା ହୋଇଯାଇଥିଲା। ତେବେ ଦ୍ୱିତୀୟ ଥର ପାଇଁ ରାତି ୯ଟାରେ (ଭାରତୀୟ ସମୟ) ପିଚ୍ ଯାଞ୍ଚ କରିବା ପରେ ଅମ୍ପାୟାରମାନେ ମ୍ୟାଚକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲେ।
ବିଜେପି ସରକାରର ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଅର୍ଥ ଓ ଗୃହ ମନ୍ତ୍ରାଳୟ ରଖିଲେ ମୁଖ୍ୟମନ୍ତ୍ରୀ, କନକ ବର୍ଦ୍ଧନଙ୍କୁ କୃଷି, ପ୍ରଭାତୀଙ୍କୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ
Next Articleଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
