କାଲିଠାରୁ ୨ ଦିନ ଧରି ନୂଆ ବିଧାୟକମାନଙ୍କ ଶପଥ, ୨୦ରେ ନୂଆ ବାଚସ୍ପତି ନିର୍ବାଚନ
ଭୁବନେଶ୍ୱର – ଆସନ୍ତାକାଲି ଓ ୧୯ ତାରିଖରେ ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକମାନେ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ଭାବେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ଵାରା ନିଯୁକ୍ତ ହୋଇଥିବା ୮ ଥରର ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ନୂଆ ବିଧାୟକମାନଙ୍କୁ ଶପଥ ପାଠ କରାଇବେ । ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ନିର୍ବାଚନ କରାଯିବ । ବିଧାନସଭାର ବିଶେଷ ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ଡିଜିପି ଅରୁଣ [...]
ଭୁବନେଶ୍ୱର – ଆସନ୍ତାକାଲି ଓ ୧୯ ତାରିଖରେ ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକମାନେ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ଭାବେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ଵାରା ନିଯୁକ୍ତ ହୋଇଥିବା ୮ ଥରର ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ନୂଆ ବିଧାୟକମାନଙ୍କୁ ଶପଥ ପାଠ କରାଇବେ । ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ନିର୍ବାଚନ କରାଯିବ ।
ବିଧାନସଭାର ବିଶେଷ ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ଡିଜିପି ଅରୁଣ ଷଡଙ୍ଗୀ।ଡିଜିପିଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୋଲିସ ଛାଉଣୀ ହେବ। ୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟ କାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାର୍ଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ କଡ଼ା ନଜର ରଖିବେ। ସୁରକ୍ଷାକୁ ଅଧିକ କଡାକଡି କରିବା ପାଇଁ ଅସ୍ଥାୟୀ କଣ୍ଟ୍ରୋଲ ରୁମ ବ୍ୟବସ୍ଥା କରାଯାଇଛି । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଆହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ୍ ଟପ୍ ପୋଲିସ ରହିବେ।
ଆସନ୍ତା ୧୯ରେ ବିଜେଡି ବିଧାୟକ ଦଳ ବୈଠକ
Next ArticleNaveen Grieves Loss Lives in West Bengal Train Accident
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
