ତାତି ଓ ଗୁଳୁଗୁଳିରେ ଲୋକେ କଲବଲ, ୧୭ ସହରର ତାପମାତ୍ରା ୪୦ ଡିଗ୍ରୀ ବା ଅଧିକ ରେକର୍ଡ
ଭୁବନେଶ୍ୱର – ଜୁନ ମାସ ଅଧା ସରିଲାଣି । ମୋୖସୁମୀ ଆଗୁଆ ଆସିଥିଲେ ମଧ୍ୟ ସଂପୂର୍ଣ୍ଣ ରାଜ୍ୟକୁ ଅଗ୍ରସର ହୋଇପାରୁନାହିଁ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛନ୍ତି ଲୋକେ । ମୋୖସୁମୀ ବର୍ଷାକୁ ଲୋକେ ଚାହିଁ ରହିଥିବା ବେଳେ ଏହା ଆହୁରି ବିଳମ୍ବିତ ହୋଇଛି। ଆଜି ରାଜ୍ୟରେ ୧୭ ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ବା ଅଧିକ ରେକର୍ଡ କରାଯାଇଛି । ୪୨.୪ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ବାରିପଦା ଆଜି ସବୁଠୁ ଉତ୍ତପ୍ତ [...]
ଭୁବନେଶ୍ୱର – ଜୁନ ମାସ ଅଧା ସରିଲାଣି । ମୋୖସୁମୀ ଆଗୁଆ ଆସିଥିଲେ ମଧ୍ୟ ସଂପୂର୍ଣ୍ଣ ରାଜ୍ୟକୁ ଅଗ୍ରସର ହୋଇପାରୁନାହିଁ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛନ୍ତି ଲୋକେ । ମୋୖସୁମୀ ବର୍ଷାକୁ ଲୋକେ ଚାହିଁ ରହିଥିବା ବେଳେ ଏହା ଆହୁରି ବିଳମ୍ବିତ ହୋଇଛି। ଆଜି ରାଜ୍ୟରେ ୧୭ ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ବା ଅଧିକ ରେକର୍ଡ କରାଯାଇଛି । ୪୨.୪ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ବାରିପଦା ଆଜି ସବୁଠୁ ଉତ୍ତପ୍ତ ସହର ହୋଇଛି । ବୌଦ୍ଧରେ ୪୨ ଡିଗ୍ରୀ, ନୂଆପଡାରେ ୪୧. ୬, ଭୁବନେଶ୍ୱର, ଭବାନୀପାଟଣା, ସୁନ୍ଦରଗଡରେ ୪୧ ଡିଗ୍ରୀ, ପାରଳାଖେମୁଣ୍ଡି, ଅନୁଗୁଳ ଓ ଢେଙ୍କାନାଳରେ ୪୦.୭, ଏବଂ ଖୋର୍ଦ୍ଧାରେ ୪୦.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି ।
ଆହୁରି ୩ ଦିନ ଲାଗିରହିବ ଗ୍ରୀଷ୍ମ ପ୍ରବାହ ଲାଗିରହିବ । ଉପକୂଳରେ ପ୍ରଚଣ୍ଡ ଗୁଳୁଗୁଳି ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ୧୯ ତାରିଖଠାରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଳକନ କରାଯାଇଛି । ଓଡ଼ିଶାରେ ୪ ଦିନ ପୂର୍ବରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଥିଲେ ବି ପାଗ ଅନୁକୂଳ ନ ହେବାରୁ ଏହା ଆଗକୁ ଅଗ୍ରସର ହୋଇପାରି ନାହିଁ । ଏପର୍ଯ୍ୟନ୍ତ ରାଜ୍ୟରେ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ରାଜ୍ୟର ୪ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।
ସ୍କୁଲ ଖୋଲିବା ପ୍ରସଙ୍ଗ : ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Next Articleରାହୁଲ ଗାନ୍ଧୀ ରାଏବରେଲି ଆସନ ରଖିଲେ, ୱାୟନାଡରୁ ଉପନିର୍ବାଚନ ଲଢ଼ିବେ ପ୍ରିୟଙ୍କା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
