ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପର୍ଣ୍ଣ
ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିର ରେ ରୁକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳିତ ହୋଇଯାଇଛି। ଏହିଦିନ ସକାଳ ଧୂପ ପୂଜା ବସିଥିବା ସମୟରେ ଦକ୍ଷିଣୀ ଘରୁ ଶ୍ରୀ ମଦନମୋହନ ଙ୍କୁ ବେଶ କରାଯାଇଥିଲା। ସକାଳ ଧୂପ ବଢ଼ିଲା ପରେ ପୂଜାପଣ୍ଡା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଜ୍ଞାମାଳ ଶ୍ରୀଦେବୀଙ୍କୁ ପ୍ରଦାନ କରିବା ପରେ ମହାଜନ ସେବକ ମାନେ ଶ୍ରୀଦେବୀ ଙ୍କୁ ବିଜେ କରାଇ ସାତ ପାହାଚ ଠାରେ ଥିବା ପାଲିଙ୍କି ରେ ଅଧିଷ୍ଠିତ କରାଇଥିଲେ। [...]
ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିର ରେ ରୁକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳିତ ହୋଇଯାଇଛି। ଏହିଦିନ ସକାଳ ଧୂପ ପୂଜା ବସିଥିବା ସମୟରେ ଦକ୍ଷିଣୀ ଘରୁ ଶ୍ରୀ ମଦନମୋହନ ଙ୍କୁ ବେଶ କରାଯାଇଥିଲା।
ସକାଳ ଧୂପ ବଢ଼ିଲା ପରେ ପୂଜାପଣ୍ଡା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଜ୍ଞାମାଳ ଶ୍ରୀଦେବୀଙ୍କୁ ପ୍ରଦାନ କରିବା ପରେ ମହାଜନ ସେବକ ମାନେ ଶ୍ରୀଦେବୀ ଙ୍କୁ ବିଜେ କରାଇ ସାତ ପାହାଚ ଠାରେ ଥିବା ପାଲିଙ୍କି ରେ ଅଧିଷ୍ଠିତ କରାଇଥିଲେ। ଏହାପରେ ବିମାନବଡୁ ମାନେ ପାଲିଙ୍କି କୁ ମହାଲକ୍ଷ୍ମୀଙ୍କ ମନ୍ଦିର ନିକଟକୁ ନେଇଥିଲେ। ମହାଲକ୍ଷ୍ମୀ ଙ୍କ ଜଗମୋହନ ରେ ପଡିଥିବା ଖଟ ଉପରେ ଶ୍ରୀଦେବୀ ଙ୍କୁ ପଞ୍ଚାମୃତ ରେ ମହାସ୍ନାନ ହୋଇ ମାଜଣା ଓ ବନକ ଲାଗି , ଅଳଙ୍କାର ଲାଗି ବଢିଥିଲା। ଏହି ବେଶ ହେବା ସମୟରେ ତଢ଼ାଉ କରଣ ତାଳ ପତ୍ର ଓ ଲେଖନୀ ନେଇ ଉପସ୍ଥିତ ହୁଅନ୍ତି । ଭିତରଚ୍ଛ ମହାପାତ୍ର ଏହି ତାଳପତ୍ର ଓ ଲେଖନୀ ଶ୍ରୀଦେବୀଙ୍କର ଶ୍ରୀହସ୍ତ ଛୁଆଇଁ ତଢ଼ାଉକରଣକୁ ଦେବାରେ ସେ ଚିଟାଉ ଲେଖିଥିଲେ। ଏହାପରେ ଭିତରଚ୍ଛ ମହାପାତ୍ର ଏହି ଚିଟାଉ ନେଇ ଚନ୍ଦନରେ ଶ୍ରୀଦେବୀଙ୍କ ଶ୍ରୀହସ୍ତ ମୁଦ କରାଇବା ପରେ ବିପ୍ର ବ୍ରାହ୍ମଣ (ଜନୈକ ସେବକ ) ଚିଟାଉ ନେଇ ଘଣ୍ଟ ଛତା , କାହାଳୀ ସହ ଜୟବିଜୟ ଦ୍ୱାର ନିକଟକୁ ଯାଇଥିଲେ।
ଭୋଗମଣ୍ଡପ ଶେଷ ହେବା ପରେ ଆଜ୍ଞା ମାଳ ପ୍ରାପ୍ତ ହୋଇ ଶ୍ରୀମଦନମୋହନ ଜୟବିଜୟ ଦ୍ୱାର ନିକଟ ରେ ବିଜେ ହେବା ପରେ ସେଠାରେ ପୁରାଣପଣ୍ଡା , ପୂଜାପଣ୍ଡା ଏବଂ ପାଳିଆ ଖୁଣ୍ଟିଆ ଥାଇ ବଚନିକା ହୋଇଥିଲା। ଏହାପରେ ଶ୍ରୀମଦନମୋହନ ସାତ ପାହାଚ ତଳେ ରଖା ଯାଇଥିବା ରଥ ଉପରେ ବିରାଜମାନ କରି ବିମଳାଙ୍କ ମନ୍ଦିର ନିକଟକୁ ବିଜେ କରିଥିଲେ। ଏହିସମୟରେ ମହାଲକ୍ଷ୍ମୀ ମନ୍ଦିର ଜଗମୋହନ ଠାରୁ ଶ୍ରୀଦେବୀ ବିମଳା ମନ୍ଦିରକୁ ଗମନ କରିଥିଲେ। ଏଠାରେ ପର୍ବଯାତ୍ରା ଯୋଗାଣିଆ ସେବକ ଯୋଗାଇଥିବା ସାମଗ୍ରୀମାନ ବିମଳା ଙ୍କ ଶ୍ରୀଅଙ୍ଗରେ ଛୁଆଁ ହୋଇ ପୂଜା ଶେଷ ହେବାପରେ ବିମଳା ଙ୍କ ମନ୍ଦିରରୁ ବାହାରକୁ ଆସିବା ସମୟରେ ଶ୍ରୀ ମଦନମୋହନ ଶ୍ରୀଦେବୀଙ୍କୁ (ରୁକ୍ମିଣୀ) ହରଣ କରିଥିଲେ। ଏହି ବିଧିଟି ଭିତରଚ୍ଛ ମହାପାତ୍ରଙ୍କ ଦ୍ଵାରା ସମ୍ପାଦିତ ହୋଇଥିଲା। ଏହାପରେ ମହାପ୍ରଭୁ ଶ୍ରୀମଦନମୋହନ ସରସ୍ୱତୀଙ୍କ ମନ୍ଦିର ନିକଟରେ ଶିଶୁପାଳ ଙ୍କୁ ପରାସ୍ତ କରି ରଥରେ ବାନ୍ଧି ଦେବାପରେ ତତ୍ପରେ ଦକ୍ଷିଣୀ ଘରୁ ବଳରାମ ବିମାନରେ ବିଜେ ହୋଇ ଆସି ଶିଶୁପାଳଙ୍କୁ ବନ୍ଧନ ମୁକ୍ତ କରାଇ ପୁନର୍ବାର ଦକ୍ଷିଣୀ ଘର କୁ ପ୍ରତ୍ୟାବର୍ତ୍ତନ କରିଥିଲେ।
ଏହାପରେ ଶ୍ରୀଦେବୀ ଓ ଶ୍ରୀମଦନମୋହନ ପନ୍ତିଭୋଗ କରାଯାଇ ବିବାହ ମଣ୍ଡପ ଠାରେ ବିଜେ ପୂର୍ବକ ଚନ୍ଦନ ଲାଗି କରାଯାଇଥିଲା।ଏହି ସମୟ ରେ ରତ୍ନସିଂହାସନ ତଳେ ପାଣି ପଡ଼ି ଧୋ ପଖାଳ ହୋଇ ଯାତ ଭୋଗ ଉଠିବା ପରେ ଜଳକ୍ରୀଡ଼ା ଶେଷ ହେବା ପରେ ମଧ୍ୟାହ୍ନ ଧୂପ , ସନ୍ଧ୍ୟାଆଳତି ବଢି ମହାସ୍ନାନ ପୂର୍ବକ ନୂଆଲୁଗା ଲାଗି , ସର୍ବାଙ୍ଗ ଶେଷ ହୋଇ ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ବିବାହ ମଣ୍ଡପ ରେ ବିବାହ ନୀତି ଆରମ୍ଭ ହୋଇଥିଲା। ପୂଜାପଣ୍ଡା ସେବକମାନଙ୍କ ଦ୍ୱାରା ସମ୍ପାଦିତ ଏହି ବିବାହ ନୀତି ଶେଷ ହେବାପରେ ଶ୍ରୀମନ୍ଦିର ରେ ଅନ୍ୟାନ୍ୟ ନୀତିମାନ ଅନୁଷ୍ଠିତ ହୋଇଥିଲା।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleଭଞ୍ଜନଗର ସହରତଳି ଅଞ୍ଚଳରେ ଅଜଣା ଜନ୍ତୁ ଆତଙ୍କ: ବନ ବିଭାଗ ଟ୍ରାପ୍ କ୍ୟାମେରା ଖଞ୍ଜିଲା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
