ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର – ମୌସୁମୀ ବର୍ଷାକୁ ଦୃଷ୍ଟିରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ଜଳସମ୍ପଦ ବିଭାଗର ସମୀକ୍ଷା ବୈଠକ କରିଛନ୍ତି। ବୈଠକ ପରେ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ ସୂଚନା ଦେଇଛନ୍ତି ଯେ, ନଦୀବନ୍ଧଗୁଡ଼ିକୁ ଅଧିକ ସୁଦୃଢ଼ୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ଦୁର୍ବଳ ନଦୀ ବନ୍ଧ ଉପରେ [...]

Admin•ଜୁନ 22, 2024
Share Article:

ଭୁବନେଶ୍ବର – ମୌସୁମୀ ବର୍ଷାକୁ ଦୃଷ୍ଟିରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ଜଳସମ୍ପଦ ବିଭାଗର ସମୀକ୍ଷା ବୈଠକ କରିଛନ୍ତି। ବୈଠକ ପରେ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ ସୂଚନା ଦେଇଛନ୍ତି ଯେ, ନଦୀବନ୍ଧଗୁଡ଼ିକୁ ଅଧିକ ସୁଦୃଢ଼ୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ଦୁର୍ବଳ ନଦୀ ବନ୍ଧ ଉପରେ ନଜର ରଖିବା ସହ ଗର୍ତ୍ତ ସୃଷ୍ଟି ହୋଇଥିବା ସ୍ଥାନର ମରାମତି ପାଇଁ ପଦକ୍ଷେପ ନିଆଯିବ। ତହସିଲଦାର ଓ ଜଳସମ୍ପଦ ବିଭାଗର ଯନ୍ତ୍ରୀ ଏ ଦିଗରେ ମିଳିତ ଭାବେ କାମ କରୁଛନ୍ତି। ବନ୍ୟା ଆସିବା ପୂର୍ବରୁ ସବୁ ଡ୍ୟାମରେ ମକ୍ ଡ୍ରିଲ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏବେଠୁ ବନ୍ୟା ନିୟନ୍ତ୍ରଣ ସେଲ ୨୪ ଘଣ୍ଟା କାମ କରିବ। ଅଫିସର ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ବାଦ ବିଳମ୍ବିତ ପ୍ରକଳ୍ପ କାମ କୁ ତ୍ୱରାନ୍ୱିତ ପାଇଁ ବି ସେ କହିଛନ୍ତି ।

#Odia#Odisha#News
Share Article:

Related Articles