ରଥଯାତ୍ରା ପାଇଁ ତିନିରଥର ନିର୍ମାଣ କାର୍ଯ୍ୟରେ ଅଗ୍ରଗତି
ପୁରୀ – ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଅଳ୍ପ ଦିନ ଥିବା ବେଳେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ମଙ୍ଗଳବାର ତିନି ରଥରେ ମୂଳ କଇଞ୍ଚି ପଡ଼ି ତିନି ରଥକୁ ବଡଧରା ପୋଟଳ ଉଠିଛି । ପୂର୍ବାହ୍ନରେ ତିନିରଥ ମହାରଣା ସେବକ ଏବଂ ଭୋଇ ସେବକ ମାନଙ୍କ ସହୋଯୋଗରେ ବଡଧରା ପୋଟଳ ତିନି ରଥର ତୃତୀୟ ଭୂଇଁ ଉପରେ ସେଟିଙ୍ଗ କରାଯାଇଛି। ଏହି ପୋଟଳ ୧୩ ପରସ୍ତ ବିଶିଷ୍ଟ ହୋଇଥାଏ । ଏହା ରଥର [...]
ପୁରୀ – ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଅଳ୍ପ ଦିନ ଥିବା ବେଳେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ମଙ୍ଗଳବାର ତିନି ରଥରେ ମୂଳ କଇଞ୍ଚି ପଡ଼ି ତିନି ରଥକୁ ବଡଧରା ପୋଟଳ ଉଠିଛି । ପୂର୍ବାହ୍ନରେ ତିନିରଥ ମହାରଣା ସେବକ ଏବଂ ଭୋଇ ସେବକ ମାନଙ୍କ ସହୋଯୋଗରେ ବଡଧରା ପୋଟଳ ତିନି ରଥର ତୃତୀୟ ଭୂଇଁ ଉପରେ ସେଟିଙ୍ଗ କରାଯାଇଛି।
ଏହି ପୋଟଳ ୧୩ ପରସ୍ତ ବିଶିଷ୍ଟ ହୋଇଥାଏ । ଏହା ରଥର ଶେଷ ଭୂଇଁ ଉପରୁ ନିର୍ମାଣ ହୋଇଥାଏ, ଏହାର ଗଠନ ଶୈଳୀ ଶ୍ରୀମନ୍ଦିର ଶୀର୍ଷ ଭାଗ ଅଂଶ ପରି ଦୃଶ୍ୟମାନ ହୁଏ । ଏଥିସହ ଆଜି ତିନି ରଥର ପଛ ଆଣି ଢ଼ମକ ଚାରି ନାହାକାକୁ ଲାଗି ପଡ଼ି କଣ୍ଟା ବାଡିଆ ଶେଷ ହୋଇଛି। ଚାରି ନାହାକା ଉଭୟ ପଟରେ ମୂଳ କଇଞ୍ଚି ବାଡିଆ ମଧ୍ୟ ଶେଷ ହୋଇଛି।
ତିନି ରଥର ଚାରି ପାର୍ଶ୍ୱରେ ତାଗ ବାଡ଼ିଆ ବା ବଟନ ଆଡ଼ିଆ ଆରମ୍ଭ ହୋଇଛି । ତାଗ ବାଡିଆ ପରେ ରଥର ଚହରି ପାର୍ଶ୍ୱରେ ପଟା ବାଡ଼ିଆ କାର୍ଯ୍ୟ ଆରମ୍ଭ ହେବ। ତିନି ରଥର କନକମୁଣ୍ଡି ନିର୍ମାଣ ସହ ତାର ଚିର ପାର୍ଶ୍ୱରେ କାପ ବିନ୍ଧ ଶେଷ ହେବା ସହ, ତିନି ରଥର କଳସ ପିଣ୍ଡି ନିର୍ମାଣ ଜାରି ରହିଛି।
ତିନି ରଥର ବଡଧରା ପୋଟଳ ରଥରେ ସେଟିଂ ପରେ ବାକି ପୋଟଳ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରି ରହିଛି। ତିନି ରଥର ଚାରିଗୋଟି ଲେଖାଏଁ ଧ୍ଵଜ ବତା ନିର୍ମାଣ ଶେଷ ହେବା ସହ ଦ୍ଵାରଗୁଡିକରେ ନାତଗୋଡ ସେଟିଂ ପାଇଁ ଆଠଟି ଲେଖାଏଁ ଗାରେଡ଼ି ନିର୍ମାଣ ଶେଷ ହୋଇଛି । ରୂପକାର ସେବକମାନେ ତିନିରଥର ଚରପରିଛାରେ ଚିତ୍ର ଖୋଦେଇ ଶେଷ କରିବା ସହ ନାଟ ଗୋଡ଼ ଗୁଡିକରେ ରୁପ ଖୋଦେଇ ଜାରି ରଖିଛନ୍ତି।
ଚିତ୍ରକାର ସେବକମାନେ ତିନି ରଥର ବାହ୍ୟ ଅଂଶରେ ଧଳା ପାଇମର ଦେବା ସହ ରଥ ପାର୍ଶ୍ଵ ଦେବ ଦେବୀ, ନର୍ତ୍ତକୀ, ଶିଖର ଡମ୍ବରୁ ଏବଂ ଠେ କେରା ବାଡ଼ରେ ରଙ୍ଗ କାର୍ଯ୍ୟ ଜାରି ରଖିଛନ୍ତି।
ଦୋଳ ବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକ ମାନେ ତିନି ରଥ କଇଞ୍ଚି କଣ୍ଟା ନିର୍ମାଣ ସହ ପୋଟଳ ପାଇଁ ଗୋଡ଼ି ଛାଲ କଣ୍ଟା ନିର୍ମାଣ ଜାରି ରଖିଛନ୍ତି ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଡକୱର୍ଥ-ଲୁଇସ୍ ନିୟମର ଜନକ ଫ୍ରାଙ୍କ ଡକୱର୍ଥଙ୍କର ପରଲୋକ
Next Articleମୁଖ୍ୟ ଶାସନ ସଚିବଙ୍କ ଅଧ୍ଯକ୍ଷତାରେ ରାଜ୍ୟସ୍ତରୀୟ ଷଷ୍ଠ ବ୍ରଡବ୍ୟାଣ୍ଡ୍ କମିଟି ବୈଠକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
