ପାନୀୟ ଜଳ ସମ୍ପର୍କରେ ସମୀକ୍ଷା
ଭୁବନେଶ୍ୱର -ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ତଥା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମନ୍ତ୍ରୀ ଡାଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ବାସୁଆଘାଇ ସ୍ଥିତ ଓଡ଼ିଶା ଅର୍ବାନ ଏକାଡ଼େମୀ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶାରେ ପାନୀୟ ଜଳ ଏବଂ ବର୍ଜ୍ୟ ଜଳ ନିଷ୍କାସନର ସ୍ଥିତି ଏବଂ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଅତିରକ୍ତ ଶାସନ ସଚିବ ଜି. ମାଥି ଭାଥନନ ମନ୍ତ୍ରୀଙ୍କ ସମ୍ମୁଖରେ ଓଡ଼ିଶାରେ ଜଳର [...]
ଭୁବନେଶ୍ୱର -ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ତଥା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମନ୍ତ୍ରୀ ଡାଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ବାସୁଆଘାଇ ସ୍ଥିତ ଓଡ଼ିଶା ଅର୍ବାନ ଏକାଡ଼େମୀ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶାରେ ପାନୀୟ ଜଳ ଏବଂ ବର୍ଜ୍ୟ ଜଳ ନିଷ୍କାସନର ସ୍ଥିତି ଏବଂ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଅତିରକ୍ତ ଶାସନ ସଚିବ ଜି. ମାଥି ଭାଥନନ ମନ୍ତ୍ରୀଙ୍କ ସମ୍ମୁଖରେ ଓଡ଼ିଶାରେ ଜଳର ଯାତ୍ରା ସମ୍ପର୍କିତ ଏକ ଉପସ୍ଥାପନା ପ୍ରସ୍ତୁତ କରିଥିଲେ। ଏତଦ୍ ବ୍ୟତୀତ ୱାଟକୋର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ ପ୍ରଦୀପ୍ତ କୁମାର ସ୍ବାଇଁ ଡ୍ରିଂକ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ଏକ ଉପସ୍ଥାପନା ପ୍ରସ୍ତୁତ କରିଥିଲେ।
ବୈଠକ ପରେ ମନ୍ତ୍ରୀ ଦୈନିକ ନିର୍ଗତ ତରଳ ବର୍ଜ୍ୟ ପରିଚାଳନା ଏବଂ ବିଶୁଦ୍ଧିକରଣ ପାଇଁ ବାସୁଆଘାଇ ଠାରେ ଥିବା ଫିକଲ ସ୍ଲଜ ଟ୍ରିଟମେଣ୍ଟ ପ୍ଳାଣ୍ଟ (ଏଫଏସଟିପି) ଏବଂ ସ୍ଵେରେଜ ଟ୍ରିଟମେଣ୍ଟ ପ୍ୟାଣ୍ଟ୍ (ଏସଟିପି) ପରିଦର୍ଶନ କରିଥିଲେ। ଏହି ଅବସରରେ ମନ୍ତ୍ରୀଙ୍କୁ ଏଫଏସଟିପିରେ ନିୟୋଜିତ ହୋଇଥିବା କିନ୍ନର ସ୍ବୟଂ ସହାୟିକା ଗୋଷ୍ଠୀ ଏଫଏସଟିପିର ପରିଚାଳନା ଏବଂ ରକ୍ଷଣାବେକ୍ଷଣ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ ।
କିନ୍ନର ସମାଜକୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ନିଆଯାଇଥିବା ଏହି ପଦକ୍ଷେପ ପାଇଁ ଅତିରକ୍ତ ଶାସନ ସଚିବଙ୍କୁ ପ୍ରସଂଶା କରିବା ସହ ଧନ୍ୟବାଦ ଜଣାଇଛନ୍ତି । ବୈଠକରେ ଅତିରିକ୍ତ ଶାସନ ସଚିବ ସାରଦା ପ୍ରସାଦ ପଣ୍ଡା, ଅର୍ବାନ ଏକାଡେମୀର ନିର୍ଦ୍ଦେଶକ ଶାନ୍ତନୁ ରଥଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ l
ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ
Next ArticleMonthly Review Meeting of Rural Development Dept Held
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
