ଶ୍ରୀଜୀଉଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି ଅନୁଷ୍ଠିତ
ପୁରୀ: ଅଣସର ଦଶମୀ ତିଥିରେ ଗତକାଲି ଶ୍ରୀଜିଉ ମାନଙ୍କୁ ଦଶମୂଳ ମୋଦକ ଲାଗି ପରେ ହୋଇଥିଲା। ଚକା ବିଜେ ହୋଇଥିଲେ ଶ୍ରୀ ମହାପ୍ରଭୁ l ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ l ଏହା ଏକାଦଶୀ ଦିନ ଶ୍ରୀଜୀଉ ଙ୍କ ପାଖେ ସମର୍ପଣ ହୋଇଥାଏ l ଶ୍ରୀମନ୍ଦିର ର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି l ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ [...]
ପୁରୀ: ଅଣସର ଦଶମୀ ତିଥିରେ ଗତକାଲି ଶ୍ରୀଜିଉ ମାନଙ୍କୁ ଦଶମୂଳ ମୋଦକ ଲାଗି ପରେ ହୋଇଥିଲା। ଚକା ବିଜେ ହୋଇଥିଲେ ଶ୍ରୀ ମହାପ୍ରଭୁ l ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ l ଏହା ଏକାଦଶୀ ଦିନ ଶ୍ରୀଜୀଉ ଙ୍କ ପାଖେ ସମର୍ପଣ ହୋଇଥାଏ l ଶ୍ରୀମନ୍ଦିର ର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି l
ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ – ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇଥାଏ l ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ l ଏହି ଗୁଣ୍ଡ କୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ , ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ l ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ l ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ l ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥିଲା l
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleଆଜି ଆଷାଢ ମାସର କୃଷ୍ଣ ପକ୍ଷ ଭଗବାନ ବିଷ୍ଣୁଙ୍କ ଯୋଗିନୀ ଏକାଦଶୀ, ଶ୍ରୀ କ୍ଷେତ୍ରରେ ଖଳିଲାଗି ଏକାଦଶୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
