ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ଓ ତେର ଦିନିଆ ଅଣସର ନୀତି
୫୩ ବର୍ଷ ପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ବା ରଥଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ହୋଇଥିଲା। ଏହି ବର୍ଷ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆସିବା ପରେ ତିନି ରଥକୁ ଟାଣି ସିଂହଦ୍ବାର ଚକଡ଼ାକୁ ନିଆଯାଇଥିଲା। ଏହି କ୍ରମରେ ଚଳିତ ବର୍ଷ ମହାପ୍ରଭୁଙ୍କ ନବଯୌବନ ବେଶ ହେବ କିନ୍ତୁ ସାଧାରଣ ଭକ୍ତମାନେ ଏହି ଦୁର୍ଲଭ ଦର୍ଶନ ରୁ ବଞ୍ଚିତ ହେବେ। [...]
୫୩ ବର୍ଷ ପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ବା ରଥଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ହୋଇଥିଲା। ଏହି ବର୍ଷ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆସିବା ପରେ ତିନି ରଥକୁ ଟାଣି ସିଂହଦ୍ବାର ଚକଡ଼ାକୁ ନିଆଯାଇଥିଲା। ଏହି କ୍ରମରେ ଚଳିତ ବର୍ଷ ମହାପ୍ରଭୁଙ୍କ ନବଯୌବନ ବେଶ ହେବ କିନ୍ତୁ ସାଧାରଣ ଭକ୍ତମାନେ ଏହି ଦୁର୍ଲଭ ଦର୍ଶନ ରୁ ବଞ୍ଚିତ ହେବେ।
ନବ ଯୌବନ ଦର୍ଶନ ହେଉଛି ଦେବସ୍ନାନ ପୂର୍ଣ୍ଣିମା ରାତ୍ରରୁ ଶ୍ରୀବିଗ୍ରହମାନେ ଅଣସର ପିଣ୍ଡିରେ ଅବସ୍ଥାନ କରିଥାନ୍ତି। ଅଣସର ତାଟି ସମ୍ମୁଖରେ ତିନୋଟି ପଟି ଚିତ୍ର ପ୍ରତିମା ରହିଥାଏ। ଏହି ପଟି ଠାକୁର ମଧ୍ୟରେ ବଳଭଦ୍ରଙ୍କ ବାଡ଼ରେ ବାସୁଦେବ, ସୁଭଦ୍ରାଙ୍କ ବାଡ଼ରେ ଭୁବନେଶ୍ୱରୀ ଓ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ନାରାୟଣ ଅନ୍ତର୍ଭୁକ୍ତ। ପରମ୍ପରା ଅନୁଯାୟୀ ଏହି ପଟି ଦିଅଁ ଦଶାବତାର ଠାକୁର ରୂପେ ପରିଚିତ । ସୂଚନାଯୋଗ୍ୟ ଯେ, ବାସୁଦେବଙ୍କ ଚିତ୍ର ସମ୍ମୁଖରେ ଦୋଳଗୋବିନ୍ଦ, ରାମ ଓ ନୃସିଂହ ବିରାଜମାନ କରିଥିବା ବେଳେ ଭୁବନେଶ୍ୱରୀଙ୍କ ପାର୍ଶ୍ୱରେ ଭୂଦେବୀ ଓ ଶ୍ରୀଦେବୀ ଏବଂ ନାରାୟଣଙ୍କ ଚିତ୍ର ସମ୍ମୁଖରେ ମଦନମୋହନ ଓ କୃଷ୍ଣ ବିଗ୍ରହମାନେ ଖଟ ଉପରେ ଅଧିଷ୍ଠିତ ହୋଇଥାନ୍ତି। କୁହାଯାଏ ଯେ, ଏହି ସମୟରେ ଠାକୁରମାନେ ଜ୍ୱର ରୋଗରେ ପୀଡି଼ତ ହୋଇଥାନ୍ତି। ଶ୍ରୀମନ୍ଦିରର ବୈଦ୍ୟ ସେବମାନଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ପାଚକ (ମୋଦକ) ମହାପ୍ରଭୁଙ୍କୁ ଭୋଗ କରାଯିବା ପରେ ଜ୍ୱର ରୋଗ ଭଲ ହୋଇଥାଏ। ବାସ୍ତବିକ ଏହି ଅଣସର ସମୟ ରେ ପତି ମହାପାତ୍ର ଓ ଦଇତାପତି ସେବକମାନେ ଠାକୁରମାନଙ୍କର ଅତ୍ୟନ୍ତ ଗୋପନୀୟ ନୀତିରେ ଅଂଶଗ୍ରହଣ କରିଥାନ୍ତି। ଏହି ସମୟରେ ଅଣସର ପଣା, ଘଣାଲାଗି, ଖଳି ଲାଗି, ଚକା ଅପସର ଓ ଅନ୍ୟାନ୍ୟ ଗୁପ୍ତ ନୀତିମାନ ଅନୁଷ୍ଠିତ ହୋଇଥାଏ। ଦୀର୍ଘ ପନ୍ଦର ଦିନର ଅନବସର ପରେ ନବଯୌବନ ଦିନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ମିଳିଥାଏ। ସେଦିନ ପ୍ରଭାତରେ ମଙ୍ଗଳ ଆଳତି, ଅବକାଶ ଓ ବେଶ ଇତ୍ୟାଦି ୮ ନୀତି ବଢ଼ିବା ପରେ ଦଶାବତାର ପଟି ଦିଅଁମାନଙ୍କର ବାହୁଡା ବିଜେ ହୋଇଥାଏ। ତତ୍ପରେ କୋଠ ସୁଆଁସିଆମାନେ ଅଣସର ଗୃହ ତାଟି ଖୋଲିଥାନ୍ତି। ଠାକୁରମାନେ ଚକା ଉପରେ ବିରାଜମାନ କରିଥିବା ସମ୍ମୁଖସ୍ଥାନ ପାଣିରେ ଭଲ ଭାବରେ ଧୁଆଯିବା ପରେ ନବଯୌବନ ଦର୍ଶନ ଅନୁଷ୍ଠିତ ହୋଇଥାଏ। ପରଦିନ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରାଯାଏ। କିନ୍ତୁ ଏହି ବର୍ଷ ଏ ସମସ୍ତ ନୀତି ଗୋଟିଏ ଦିନରେ ସମ୍ପର୍ଣ୍ଣ ହୋଇ ରଥଯାତ୍ରା ଅନୁଷ୍ଠିତ ହେବ।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next ArticleStage set for grand Rath Yatra of Lord Jagannath in Puri
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
