ସବୁ ସଚିବମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ : ନିର୍ବାଚନ ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ବ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସବୁ ସଚିବ ମାନଙ୍କ ବୈଠକରେ ଯୋଗ ଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ସରକାରଙ୍କ ଲକ୍ଷ୍ୟ ହାସଲ ଦିଗରେ ପ୍ରଶାସନିକ କଳର ସହଯୋଗ ସେ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସବୁ ସଚିବ ମାନଙ୍କ ବୈଠକରେ ଯୋଗ ଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ସରକାରଙ୍କ ଲକ୍ଷ୍ୟ ହାସଲ ଦିଗରେ ପ୍ରଶାସନିକ କଳର ସହଯୋଗ ସେ କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର ଲୋକମାନଙ୍କ ପାଖରେ ୨୪ ଘଣ୍ଟା ଉତ୍ତରଦାୟୀ । ଜନପ୍ରତିନିଧି ଭାବରେ ଏବଂ ସରକାର ଭାବରେ ଆମେ ଲୋକଙ୍କ ଭିତରେ ରହିବାର ପ୍ରତିବଦ୍ଧତା ନେଇ କାମ କରୁଛୁ । ତେଣୁ ୨୧ଟି ପ୍ରମୁଖ ନିର୍ବାଚନ ପ୍ରତିଶ୍ରୁତି କିପରି ଠିକ୍ ଭାବେ କାର୍ଯ୍ୟକାରୀ ହେବ, ତାହା ଆପଣମାନଙ୍କର ଗୁରୁଦାୟିତ୍ବ। ତେଣୁ ସେ ଦିଗରେ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଉ ୧୨ ବର୍ଷ ମଧ୍ୟରେ ସ୍ବତନ୍ତ୍ର ଓଡିଶାର ୧୦୦ ବର୍ଷ ପୂରଣ ହେବାକୁ ଯାଉଛି । ୨୦୪୭ରେ ମଧ୍ୟ ଦେଶର ସ୍ବାଧୀନତାର ୧୦୦ ବର୍ଷ ପୂରଣ ହେବ। ତେଣୁ ଉଭୟ ଭିଜନକୁ ଦୃଷ୍ଟିରେ ରଖି ଆମକୁ ଓଡିଶା ପାଇଁ ଏକ ଭିଜନ-୨୦୩୬ ପ୍ରସ୍ତୁତ କରିବାକୁ ହେବ । ଗତ ୨୪ ବର୍ଷ ମଧ୍ୟରେ ଯାହା ହୋଇପାରି ନାହିଁ, ତାକୁ ଏହି ୫ ବର୍ଷରେ କରିବାକୁ ପଡିବ। ଏହାର ସଫଳତା ପାଇଁ ଆମକୁ ଏହି ୫ ବର୍ଷରେ କଠିନ ପରିଶ୍ରମ କରି ଆମର ସବୁ ଲକ୍ଷ୍ୟକୁ ହାସଲ କରିବାକୁ ପଡିବ। ଏହାଦ୍ବାରା ବିକଶିତ ଭାରତରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ସୁନାମ ହାସଲ କରିପାରିବ ବୋଲି ସେ କହିଥିଲେ ।
ସେହିପରି ଲୋକଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଲୋକଙ୍କ ସହିତ ମିଶି ଆଲୋଚନା କରିବା ଦ୍ବାରା ସରକାରଙ୍କ ପ୍ରତି ଲୋକଙ୍କ ଭରସା ସୃଷ୍ଟି ହୁଏ । ଲୋକଙ୍କ ସରକାର ଭାବେ ମୋ ସରକାର କାମ କରିବା ମଧ୍ୟ ଆରମ୍ଭ କରିଦେଇଛି । ଲୋକ ଓ ସରକାରଙ୍କ ମଧ୍ୟରେ କୌଣସି ପ୍ରାଚୀର ରହିବା ଉଚିତ ନୁହେଁ । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଯେଉଁ ଭରସା ସୃଷ୍ଟି ହୋଇଛି, ସେ ଭରସା ଅତୁଟ ରହିବା ଦରକାର । ଲୋକମାନେ ଯେଉଁ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି, ତାହାର ସମାଧାନ ହେବା ଅତି ଜରୁରୀ । ଏଥିପାଇଁ ଟେକ୍ନୋଲୋଜି ସହିତ ଉପଯୁକ୍ତ ତଦାରଖ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ ।
ଓଡିଆ ଅସ୍ମିତା ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ବିଭାଗର କାର୍ଯ୍ୟକ୍ରମ ଯେପରି ଓଡିଆ ଭାଷାରେ ହୋଇପାରିବ, ସେଥିପାଇଁ ଆପଣମାନେ ପଦକ୍ଷେପ ନିଅନ୍ତୁ । କେନ୍ଦ୍ର ସରକାରଙ୍କ ଏକାଧିକ ଲୋକପ୍ରିୟ ଯୋଜନା ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସଫଳ ରୂପାୟନ ଉପରେ ସେ ଗୁରୁତ୍ବାରୋପ କରିଥିଲେ । ଏହିସବୁ ଯୋଜନାକୁ ତୃଟିଶୂନ୍ୟ ଓ ପ୍ରଭାବୀ ଢଙ୍ଗରେ ଆଗେଇ ନେବା ପାଇଁ ସମର୍ପିତ ଓ ସକ୍ରିୟ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକଶିତ ଓଡିଶା ନିର୍ମାଣ ପାଇଁ କାମ କରିବାର ସଂପୂର୍ଣ୍ଣ ସ୍ବାଧୀନତା ଆପଣମାନଙ୍କର ଅଛି। କିନ୍ତୁ ଆପଣମାନଙ୍କୁ ସ୍ବଚ୍ଛତା ଓ ଉତ୍ତରଦାୟିତ୍ବର ସୀମା ଭିତରେ କାମ କରିବାକୁ ହେବ। ପ୍ରତିଶୃତିକୁ ପାଳନ କରିବା ପାଇଁ ବଜେଟ ପରିମାଣ ଉପରେ ବିଚାର ବିମର୍ଶ କରନ୍ତୁ ଏବଂ ସେ ସବୁ ପ୍ରସଙ୍ଗରେ ଆଜିର ଦିନରେ କଣ ସ୍ଥିତି ଅଛି, ତା ଉପରେ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।
ସେ କହିଥିଲେ ଯେ ମୋ ସରକାରର ରାଜନୈତିକ ଇଚ୍ଛା ଶକ୍ତି ଦୃଢ ଅଛି । ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀମଣ୍ଡଳର ସବୁ ସଦସ୍ୟ ସରକାରଙ୍କ କେନ୍ଦ୍ରବିନ୍ଦୁ । ନିର୍ଣ୍ଣୟ ପ୍ରକ୍ରିୟାରେ ସମସ୍ତଙ୍କ ଭାଗିଦାରୀ ଆମର ପ୍ରାଥମିକତା । ସବୁ ବିଭାଗର ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନଙ୍କ ସହିତ ତଳସ୍ତରର କର୍ମଚାରୀଟିଏ ମଧ୍ୟ ସରକାରଙ୍କ ସଫଳତା ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ । ଆମ ଦଳର ମତାମତ ସହିତ ବିରୋଧୀ ଦଳର ମତାମତକୁ ମଧ୍ୟ ଆମକୁ ଗୁରୁତ୍ବର ସହ ନେବାକୁ ପଡିବ। ତୃଣମୂଳସ୍ତରରେ ଜନପ୍ରତିନିଧି ମାନଙ୍କ ମତାମତ ମଧ୍ୟ ଗୁରୁତ୍ବପୂର୍ଣ୍ଣ । ସମସ୍ତେ ଏକ ଟିମ୍ ହୋଇ ଓଡିଶାର ବିକାଶର ଲକ୍ଷ୍ୟ ହାସଲ କରିବା ପାଇଁ କାମ କରିବାକୁ ପଡିବ ବୋଲି ସେ କହିଥିଲେ ।
ଓଡିଶା ଏବେ ଦେଶର ଏକ ପ୍ରମୁଖ ବିକାଶଶୀଳ ରାଜ୍ୟ ଭାବେ ମୁଣ୍ଡ ଟେକିଛି । ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ଲକ୍ଷ୍ୟରେ ଆମେ କାମ ଆରମ୍ଭ କରିଛୁ । ଶିକ୍ଷା, ସ୍ବାସ୍ଥ୍ୟ, ଦୁର୍ନୀତି ବିରୋଧୀ ପରିବେଶ, ସାମାଜିକ ନ୍ୟାୟ, ଆର୍ଥିକ ପ୍ରଗତି, ଜନଜାତି କଲ୍ୟାଣ ଓ ଉତ୍ତରଦାୟୀ ପ୍ରଶାସନ ଯୋଗାଇ ଦେବା ପାଇଁ ଆମେ ବଦ୍ଧ ପରିକର। ପରିଶେଷରେ ସେ କହିଥିଲେ ଯେ ପ୍ରଶାସନିକ ସଂସ୍କାର ଓ ବିଶ୍ବସନୀୟ ସେବା ପ୍ରଦାନ ଦିଗରେ ଆପଣମାନଙ୍କ ନିଷ୍ଠା ଓ କାର୍ଯ୍ୟଦକ୍ଷତା ଆମକୁ ସଫଳତାର ଶୀର୍ଷରେ ପହଞ୍ଚାଇବ, ଏ ବିଶ୍ବାସ ମୋର ରହିଛି । ଆପଣମାନଙ୍କ ସହଯୋଗରେ ଏକ ବିକଶିତ ଓଡିଶା ଗଠନର ଲକ୍ଷ୍ୟ ହାସଲ ହେବ ବୋଲି ସେ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।
ସବୁ ବିଭାଗର ସଚିବମାନେ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସରକାରଙ୍କ ଆଭିମୁଖ୍ୟକୁ ନେଇ ସେମାନେ କିପରି ନୂଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି, ସେ ବିଷୟରେ ମଧ୍ୟ ସୂଚନା ଦେଇଥିଲେ ।
Odisha Vigilance Apprehends Chandrapur Tahasildar For Collecting Bribe
Next ArticlePresident Droupadi Murmu Confers Shaurya Chakra upon Lieutenant Bimal Ranjan Behera from Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
