ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା
ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି। ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ। ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ [...]
ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି। ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ। ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜି ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ବୈଠକରେ ବିଭିନ୍ନ ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡାଇ, ପଞ୍ଚାନନ କାନୁନଗୋ, ଶଶୀଭୂଷଣ ବେହେରା, ପୂର୍ବତନ ଅର୍ଥ ସଚିବ ଗଣ, RBI ର ଆଞ୍ଚଳିକ ନିର୍ଦ୍ଦେଶକ, ନାବାର୍ଡ ଜେନେରାଲ ମ୍ୟାନେଜର ପ୍ରମୁଖ ବିଭିନ୍ନ କ୍ଷେତ୍ରର ପ୍ରାୟ ୨୬ ଜଣ ବିଶିଷ୍ଠ ବ୍ୟକ୍ତି ସେମାନଙ୍କ ମତାମତ ଦେଇଥିଲେ।
ବୈଠକ ପରେ ଗଣମାଧ୍ୟମକୁ ନିଜର ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଜାଣନ୍ତି ଆମ ସରକାର ପ୍ରଥମରୁ ହିଁ ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ବ ଦେଇ ଆସୁଛି।
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗାମୀ ୨୫ ତାରିଖରେ ବିଧାନ ସଭାରେ ଉପସ୍ଥାପିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଅନଲାଇନ ଜରିଆରେ ଲୋକଙ୍କ ମତାମତ ସଂଗ୍ରହ କରିଥିଲୁ। ଖୁସିର କଥା ଏଥିରେ ଆମେ ପ୍ରାୟ ୧୨ ହଜାରରୁ ଅଧିକ ମତାମତ ପାଇଛୁ। ପୂର୍ବ ବର୍ଷ ଅପେକ୍ଷା ଏହା ପ୍ରାୟ ଛଅ ଗୁଣ ଅଧିକ। ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାରେ ଲୋକଙ୍କ ଏପରି ବ୍ୟାପକ ଅଂଶ ଗ୍ରହଣ ଆମ ପାଇଁ ଖୁବ୍ ଉତ୍ସାହ ଜନକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସମସ୍ତଙ୍କ ମୂଲ୍ୟବାନ ମତାମତ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ଆଗାମୀ ବଜେଟ୍ ରେ ଏହି ସବୁ ମତାମତକୁ ପ୍ରତିଫଳିତ କରିବାକୁ ସରକାର ଯଥା ସମ୍ଭବ ଉଦ୍ୟମ କରି ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାକୁ ପ୍ରଚେଷ୍ଟା କରିବେ ବୋଲି ସେ କହିଥିଲେ।
କାଲିଠାରୁ ବର୍ଷା ପରିମାଣ ବଢିବା ସମ୍ଭାବନା
Next ArticleCM Majhi Attends Pre-budget Consultation Meeting
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
