ଶ୍ରୀଜୀଉଙ୍କ ନବମୀ ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ, ଦିବା ଲୋକରେ ଦର୍ଶନ କଲେ ସହସ୍ରାଧିକ ଭକ୍ତ
ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀବିଗ୍ରହମାନେ ଯେଉଁ ସ୍ଥାନରେ ଏକ ସପ୍ତାହ ବ୍ୟାପୀ ଅବସ୍ଥାନ କରନ୍ତି, ତାହାକୁ ଆଡ଼ପ ମଣ୍ଡପ କୁହାଯାଏ । କିନ୍ତୁ ପୁରାଣମାନଙ୍କରେ ଏହି ମଣ୍ଡପକୁ ଆଡ଼ପ ମଣ୍ଡପ ବୋଲିଉ ବର୍ଣ୍ଣନା କରାନଯାଇ ଯଜ୍ଞବେଦୀ ଓ ମହାବେଦୀ ବୋଲି ଉଲ୍ଲେଖ କରାଯାଇଛି। ଯଥା : ଯଜ୍ଞ ବେଦୀରିୟଁ ବୋଷ୍ଣୋ ଜନ୍ମଭୂମିସ୍ତବ ପ୍ରଭୋ ପୂର୍ବ ତ୍ୱୟା ଭଗବତା ସପ୍ତାହ ମଣ୍ଡପୋତ୍ତମେ ତିଷ୍ଠେୟୁ ରିତ୍ୟାଜ୍ଞା ଦତ୍ତ ତତୋ ଯାହି ଜଗତ୍ପତେ, (ନୀଳାଦ୍ରି ମହୋଦୟ, ପ୍ରଥମ ଅଧ୍ୟାୟ) [...]
ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀବିଗ୍ରହମାନେ ଯେଉଁ ସ୍ଥାନରେ ଏକ ସପ୍ତାହ ବ୍ୟାପୀ ଅବସ୍ଥାନ କରନ୍ତି, ତାହାକୁ ଆଡ଼ପ ମଣ୍ଡପ କୁହାଯାଏ । କିନ୍ତୁ ପୁରାଣମାନଙ୍କରେ ଏହି ମଣ୍ଡପକୁ ଆଡ଼ପ ମଣ୍ଡପ ବୋଲିଉ ବର୍ଣ୍ଣନା କରାନଯାଇ ଯଜ୍ଞବେଦୀ ଓ ମହାବେଦୀ ବୋଲି ଉଲ୍ଲେଖ କରାଯାଇଛି। ଯଥା :
ଯଜ୍ଞ ବେଦୀରିୟଁ ବୋଷ୍ଣୋ ଜନ୍ମଭୂମିସ୍ତବ ପ୍ରଭୋ
ପୂର୍ବ ତ୍ୱୟା ଭଗବତା ସପ୍ତାହ ମଣ୍ଡପୋତ୍ତମେ
ତିଷ୍ଠେୟୁ ରିତ୍ୟାଜ୍ଞା ଦତ୍ତ ତତୋ ଯାହି ଜଗତ୍ପତେ, (ନୀଳାଦ୍ରି ମହୋଦୟ, ପ୍ରଥମ ଅଧ୍ୟାୟ)
*ତ୍ରୈଲୋକ୍ୟାଡ଼ମ୍ବର ଯିତ୍ର୍ ମାହାବିଦ୍ୟାଂ ମହାତ୍ରତୋଃ*
*ପ୍ରାଦୁର୍ଭାବୋ ମହେଶସ୍ୟ ଯତ୍ରାର୍ଭୁଦ୍ଦାରୁ ବର୍ଷ୍ମତାଃ ।* ( ସ୍କନ୍ଧ, ବୈଷ୍ଣବ ଖଣ୍ଡ, ୩୩ ଅଧ୍ୟାୟ)
ପରବର୍ତ୍ତୀ କାଳରେ ଏହି ମଣ୍ଡପରେ ଶ୍ରୀବିଗ୍ରହମାନଙ୍କର ସାଟୋପସ୍ଥିତି ଦେଖି ଏହି ମଣ୍ଡପକୁ ଆଡ଼ପ ମଣ୍ଡପ କୁହାଯାଇଛି ବୋଲି ପଣ୍ଡିତ ହରିହର ମହାପାତ୍ର ମତ ପ୍ରକାଶ କରିଛନ୍ତି। ଶ୍ରୀବିଗ୍ରହମାନଙ୍କର ଆଡ଼ପ ମଣ୍ଡପରେ ଅବସ୍ଥାନ ସମୟରେ ଦର୍ଶନାର୍ଥୀ ତଥା ହକ୍ତ ସମାଜ ସେଠାରେ ସ୍ମବେତ ହେବା ପୂର୍ବକ ବ୍ରତ ପାଳନ, ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ସ୍ନାନ ଓ ତ୍ରିକାଳ ଦର୍ଶନର ପ୍ରଶସ୍ତି ଥିଲେ ମଧ୍ୟ ସନ୍ଧ୍ୟା ବା ରାତ୍ରିକାଳୀନ ଦର୍ଶନରେ ମହାପୂଣ୍ୟ ହୋଇଥାଏ ବୋଲି ପୁରାଣ ଓ ଶାସ୍ତ୍ରମାନଙ୍କରେ ବର୍ଣ୍ଣନା ରହିଛି। ଯଥା :
*ଦିବତଦ୍ ଦର୍ଶନଂ ପୁଣ୍ୟଂ ରାତ୍ରୌ ଦଶଗୁଣଂ ଭବେତ୍*
*ସପ୍ତାହଂ ଯୋ ନରୋନାରୀ ନ ସା ପ୍ରାକୃତ ମାନୁଷୀ* । (ସ୍କନ୍ଧ/୩୪ ଅଧ୍ୟାୟ)
*ଅତ୍ର ସ୍ଥଳେ ନକ୍ତକାଳେ ଯେ ପଶ୍ୟନ୍ତି ସୁପ୍ପୂଜିତାନ୍*
*ବୈକୁଣ୍ଠ ଭ୍ୱନେ ନିତ୍ୟ୍ଂ ତେ ବସନ୍ତି ନ ସଂଶୟଃ* । (ବାମଦେବ ସଂହିତା, ୧୭ ଅଧ୍ୟାୟ)
ବିଭିନ୍ନ ଶାସ୍ତ୍ରାନୁଯାୟୀ ନବମୀ ଦିନ ମହାବେଦୀ ବା ଆଡ଼ପ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟା ଦର୍ଶନ ଅତ୍ୟନ୍ତ ପୁଣ୍ୟଦାୟକ ଅଟେ। ନୀଳାଦ୍ରି ମହୋଦୟରେ ବର୍ଣ୍ଣିତ ହୋଇଛି ଯେ, ନୀଳାଚଳରେ ଦଶ ବର୍ଷ ପର୍ଯ୍ୟନ୍ତ ତ୍ରିକାଳ ପୂଜା କାଳରେ ଭକ୍ତ ସାବଧାନ ଭାବେ ଶ୍ରୀବିଗ୍ରହମାନଙ୍କର ଦର୍ଶନରେ ଯେଉଁ ଫଳ ପାଏ , ସେହି ଫଳ ମହାବେଦୀ ବା ଆଡ଼ପ ମଣ୍ଡପରେ ଗୋଟିଏ ଦିନର ଦର୍ଶନରେ ମିଳେ । ବିଶେଷତଃ ଏକ ଦିନର ରାତ୍ରିକାଳୀନ ଦର୍ଶନରେ ଉକ୍ତ ଫଳ ଦଶଗୁଣ ପରିବର୍ଦ୍ଧିତ ହୋଇଥାଏ। ସେହି ପରି ଜନସାଧାରଣରେ ବହୁ ପ୍ରଚାରିତ ନୀଳାଦ୍ରୌ ଶତବର୍ଷାଣି ଆଡ଼ପେ ମଣ୍ଡପେ ଦିନେ ଉକ୍ତିକୁ ସ୍ମରଣ କରି ସନ୍ଧ୍ୟା ଦର୍ଶନ ଦିନ ଭକ୍ତମାନଙ୍କର ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ , ଦୀପ ପ୍ରଜ୍ଜ୍ୱଳନ , ବ୍ରାହ୍ମଣମାନଙ୍କୁ ମହାପ୍ରସାଦ ସେବନରେ ଅପ୍ୟାୟିତ କରିଥିବା ଜଣାଯାଏ। ଶ୍ରୀଗୁଣ୍ଡିଚା ମନ୍ଦିରରେ ବାହୁଡା଼ ପୂର୍ବ ଦିନର ସନ୍ଧ୍ୟା ଦର୍ଶନ ବହୁ ପୁରାତନ ସମୟରୁ ପ୍ରଚଳିତ ହୋଇ ଆସୁଅଛି। ଉକ୍ତ ନବମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଅନ୍ତିମ ଦର୍ଶନ ସନ୍ଧ୍ୟା ଦର୍ଶନ ରୂପେ ପାଳିତ ହେଉଅଛି। ମୋଟ ଉପରେ ଏଠାରେ ସନ୍ଧ୍ୟା ଶବ୍ଦର ଅର୍ଥ ଅନ୍ତିମ ବୋଲି ବୁଝିବାକୁ ହେବ । ଉକ୍ତଦିନ ଠାକୁରମାନଙ୍କ ବଡ଼ ସିଂହାର ନୀତି ସରିବା ପରେ ଶ୍ରୀମୁଖରେ ଖଣ୍ଡୁଆ ପକାଯାଇ ପୁଷ୍ପାଳକମାନେ ବାହାରକୁ ଆସିଥାନ୍ତି। ଏହା ପରେ କୋଠ ସୁଆଁସିଆ ସିଂହାସନଠାରେ ଚାରମାଳ ବନ୍ଧା କାର୍ଯ୍ୟ କରିବା ସଙ୍ଗେ ସଙ୍ଗେ ଦଇତାପତିମାନେ ଗୁପ୍ତ ନୀତି ପାଇଁ ପ୍ରସ୍ତୁତ ହୋଇଥାନ୍ତି ।।
ଗୀତା ଉପଦେଶ: ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ
Next ArticleOdisha: Religious fervour grips holy city of Puri for Bahuda Yatra
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
