ଭାରତୀୟ ଟି-୨୦ ଦଳର ଅଧିନାୟକ ଦୌଡ଼ରେ ସୂର୍ଯ୍ୟକୁମାର
ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ବିଜୟ ପରେ ରୋହିତ ଶର୍ମା ଏହି ଫର୍ମାଟରୁ ଅବସର ନେଇଛନ୍ତି। ଏବେ ଭାରତୀୟ ଟି-୨୦ ଦଳର ନୂଆ ଅଧିନାୟକ ଖୋଜା ଚାଲିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରୋହିତଙ୍କ ଉତ୍ତରାଧିକାରୀ ଭାବେ ବିବେଚିତ କରାଯାଉଥିଲେ ମଧ୍ୟ ଏହି ପଦ ପାଇଁ ଏବେ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବ ଦାବିଦାର ଭାବେ ଉଭା ହୋଇଛନ୍ତି । ଚଳିତ ମାସରେ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ ପାଇଁ ପାଣ୍ଡ୍ୟା ନିଜକୁ ଉପଲବ୍ଧ କରାଇଥିଲେ । ହେଲେ ଏବେ ଜାଣିବାକୁ [...]
ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ବିଜୟ ପରେ ରୋହିତ ଶର୍ମା ଏହି ଫର୍ମାଟରୁ ଅବସର ନେଇଛନ୍ତି। ଏବେ ଭାରତୀୟ ଟି-୨୦ ଦଳର ନୂଆ ଅଧିନାୟକ ଖୋଜା ଚାଲିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରୋହିତଙ୍କ ଉତ୍ତରାଧିକାରୀ ଭାବେ ବିବେଚିତ କରାଯାଉଥିଲେ ମଧ୍ୟ ଏହି ପଦ ପାଇଁ ଏବେ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବ ଦାବିଦାର ଭାବେ ଉଭା ହୋଇଛନ୍ତି ।
ଚଳିତ ମାସରେ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ ପାଇଁ ପାଣ୍ଡ୍ୟା ନିଜକୁ ଉପଲବ୍ଧ କରାଇଥିଲେ । ହେଲେ ଏବେ ଜାଣିବାକୁ ମିଳିଛି ଯେ ଗତ ବର୍ଷ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୮ ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଭାରତ ଅଧିନାୟକତ୍ୱ କରିଥିବା ସୂର୍ଯ୍ୟକୁମାର ଯାଦବ ନୂଆ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଏବଂ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକରଙ୍କର ପ୍ରଥମ ପସନ୍ଦ | ଆଜି ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହେବା ସମ୍ଭାବନା ରହିଛି । ସୂର୍ଯ୍ୟକୁମାରଙ୍କୁ ଟି-୨୦ ଅଧିନାୟକ ପଦ ମିଳିପାରେ ।
ଆଜି ଶ୍ରୀ କ୍ଷେତ୍ରରେ ସୁନାବେଶ, ଶ୍ରୀଜଗନ୍ନାଥଙ୍କ ସୁନାବେଶର ଐତିହ୍ୟ
Next Articleଭାରତୀୟ ଦଳର ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ପୂର୍ବତନ କ୍ରିକେଟରଙ୍କୁ ଗୁଳିକରି ହତ୍ୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
