ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ପରି କ୍ଷେତ୍ରଗୁଡିକରେ ଅଧିକ ନିଯୁକ୍ତି ସମ୍ଭାବନା ରହିଛି। ତେଣୁ ଏ ସବୁ କ୍ଷେତ୍ରରେ କିପରି [...]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ପରି କ୍ଷେତ୍ରଗୁଡିକରେ ଅଧିକ ନିଯୁକ୍ତି ସମ୍ଭାବନା ରହିଛି। ତେଣୁ ଏ ସବୁ କ୍ଷେତ୍ରରେ କିପରି ଅଧିକ ଶିଳ୍ପ ପ୍ରତିଷ୍ଠା ହୋଇପାରିବ ସେଥି ପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ଏ ସବୁ କ୍ଷେତ୍ରରେ ଓଡିଆ ଉଦ୍ୟୋଗୀମାନଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ।
ସମୀକ୍ଷା ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ କେନ୍ଦୁଝର ପରି ଖଣିଜ ସମ୍ପଦ ସମୃଦ୍ଧ ଜିଲ୍ଲାରେ ଏ ପର୍ଯ୍ୟନ୍ତ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପିତ ହୋଇପାରି ନାହିଁ। ଜିଲ୍ଲାରେ ଖଣିଜ ସମ୍ପଦ ସହ ଜମି, ଜଳ, ବିଦ୍ୟୁତ, ଯୋଗାଯୋଗର ସୁବିଧା ଆଦି ସବୁ ଆନୁଷଙ୍ଗିକ ଭିତ୍ତିଭୂମିର ସୁବିଧା ମଧ୍ୟ ରହିଛି। ତେଣୁ ସେଠାରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଉଦ୍ୟମ ତ୍ୱରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ଆଲୋଚନା ପରେ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇ କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ବିଭିନ୍ନ ଆଗ୍ରହୀ ଶିଳ୍ପ ସଂସ୍ଥା ସହିତ ଆଲୋଚନା କରାଯାଇ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ।
ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ବିଭିନ୍ନ କ୍ଷେତ୍ରର ଶିଳ୍ପ ପ୍ରତିଷ୍ଠାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଉପସ୍ଥାପନା କରିଥିଲେ। ସେ କହିଥିଲେ ଯେ ରାଜ୍ୟରେ ୨୦୧୬ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮୯ଟି ଶିଳ୍ପ ପ୍ରତିଷ୍ଠା ପାଇଁ ଆବେଦନ ଆସିଥିବା ବେଳେ ୬୭୪ଟି ପ୍ରକଳ୍ପ ସିଙ୍ଗିଲ ୱିଣ୍ଡୋ ଅଥରିଟି ଦ୍ୱାରା ଅନୁମୋଦନ ପାଇଛି। ସେଥି ମଧ୍ୟରୁ ୩୫୨ଟି ପ୍ରକଳ୍ପକୁ ଜମି ହସ୍ତାନ୍ତର କରାଯାଇଛି। ଏତଦ୍ ବ୍ୟତିତ ୧୮୩ଟି ପ୍ରକଳ୍ପ ଶିଳ୍ପ ସ୍ଥାପନ ପାଇଁ କାମ ଆରମ୍ଭ ହୋଇଛି। ୭୪ଟି ଶିଳ୍ପ କାର୍ଯ୍ୟକ୍ଷମ ହୋଇସାରିଛି।
ସେହିପରି ରାଜ୍ୟରେ ୧୨ଟି ବୈଦେଶିକ ପୁଞ୍ଜି ବିନିଯୋଗ ପ୍ରସ୍ତାବ ରହିଛି । ୪୧ଟି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ନିବେଶ ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ବୋଲି ଶର୍ମା ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ପାଇଁ ବିପୁଳ ସୁଯୋଗ ରହିଛି। ଏ ଦିଗରେ ସମସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ସରକାରୀ ସ୍ତରରେ ଶିଳ୍ପ ସଂସ୍ଥାମାନଙ୍କୁ ଉପଯୁକ୍ତ ସୁଯୋଗ ଯୋଗାଇଦେବା ସହିତ ସେମାନଙ୍କ ସମସ୍ତ ଆବଶ୍ୟକତା ପୂରଣ ଦିଗରେ ସରକାରଙ୍କ ସମସ୍ତ ସଂପୃକ୍ତ ବିଭାଗ ସହଯୋଗ ଯୋଗାଇଦେବା ଜରୁରୀ ବୋଲି ସେ ମତ ଦେଇଥିଲେ।
ବୈଠକରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଇପିକଲ୍ର ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆ ଓ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।
Subarnapur: Soil Conservation Overseer Apprehended for Taking Bribe
Next Articleଆଜିର ଗୀତା ଉପଦେଶ : ଶାସ୍ତ୍ର ନିର୍ଦ୍ଦେଶକୁ ଅବମାନନା କରି ଯେଉଁ ତପସ୍ୟା କରାଯାଏ ତାହା ନିଷ୍ଫଳ ତପସ୍ୟା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
