ଏବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ଯସ୍ତରୀୟ ସ୍ବାଧୀନତା ଦିବସ
ଭୁବନେଶ୍ୱର: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା [...]
ଭୁବନେଶ୍ୱର: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।
ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।
ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
BJD Constitutes 15-Member Committee for Coordinating Party Activities across State
Next ArticleBJD Vehemently Opposes Centre’s Move to Privatization of Biju Patnaik International Airport
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
